Posted inଜାତୀୟ

ବଠିଣ୍ଡା ମିଲିଟ୍ରି ଷ୍ଟେଶନରେ ଫାୟରିଂ, ୪ ଯବାନ ମୃତ, ସେନା କହିଲା ନୁହେଁ ଆତଙ୍କବାଦୀ ଘଟଣା

ଚଣ୍ଡିଗଡ଼,୧୨।୪: ପଞ୍ଜାବର ବଠିଣ୍ଡା ସ୍ଥିତ ଆର୍ମି ଏରିଆରେ ଫାୟରିଂ ହୋଇଛି। କ୍ୟାଣ୍ଟେନମେଣ୍ଟ ଏରିଆକୁ ସିଲ କରି ଦିଆଯାଇଛି। ଛାଓ୍ବନିରେ ଏହି ଘଟଣା ପରେ କାହାକୁ ଭିତରକୁ ଯିବାକୁ ଅନୁମତି ଦିଆଯାଉ ନାହିଁ। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କ୍ୟାଣ୍ଟରେ ଫାୟରିଂ ହୋଇଛି ଓ ଏଥିରେ ୪ ଜଣ ଜବାନ ଶହୀଦ ହୋଇଛନ୍ତି।
ସେନାର ଦକ୍ଷିଣ ପଶ୍ଚିମ କମାଣ୍ଡ ଏକ ବୟାନ ଜାରି କରି କହିଛନ୍ତି, ବଠିଣ୍ଡା ମିଲିଟ୍ରି ଷ୍ଟେଶନ ଭିତରେ ବୁଧବାର ସକାଳେ ପ୍ରାୟ ୪ଟା ୩୫ରେ ଫାୟରିଂ ଘଟଣାରେ ଅତିକମରେ ୪ଜଣଙ୍କ ମୃତ୍ୟୁ ହୋଇଛି। ଷ୍ଟେଶନର କ୍ୱିକ ରିଆକ୍ସନ ଟିମକୁ ସକ୍ରିୟ କରି ଦିଆଯାଇଛି। ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସିଲ କରି ଦିଆଯିବା ସହ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ସେନା ପଞ୍ଜାବ ପୋଲିସର ଜଣେ ବଡ ଅଧିକାରୀଙ୍କୁ କହିଛନ୍ତି, କି ଏହା ଆତଙ୍କବାଦୀ ଘଟଣା ନୁହେଁ। ଫାୟରିଂ ୮୦ ମିଡିୟମ ରେଜିମେଣ୍ଟ ଆର୍ଟିଲରି ଅଫିସର୍ସ ମେସରେ ହୋଇଛି। କିଛିଦିନ ପୂର୍ବରୁ ୟୁନିଟର ଗାର୍ଡ ରୁମରେ ଏକ ଆସଲ୍ଟ ରାଇଫଲ ହଜି ଯାଇଥିଲା। ଲାଗୁଛି ସେହିଥିରେ ଏହି ଫାୟରିଂ ହୋଇଛି। ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଧରି ପଚରା ଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri