Posted inଜାତୀୟ

ଭାରତ-ମ୍ୟାନ୍‌ମାର ସୀମାରେ ଗୁଳି ବିନିମୟ…

କୋହିମା/ଇଟାନଗର, ୯।୮ : ଭାରତ-ମ୍ୟାନମାର ସୀମାରୁ ଆସିଥିବା ଉଗ୍ରବାଦୀ ଗୋଷ୍ଠୀ ମଙ୍ଗଳବାର ଅରୁଣାଚଳ ପ୍ରଦେଶରେ ଏବଂ ପରେ ନାଗାଲାଣ୍ଡରେ ଆସାମ ରାଇଫଲ୍ସ କର୍ମଚାରୀଙ୍କ ଉପରକୁ ଗୁଳି ଚଳାଇଛନ୍ତି। ଅରୁଣାଚଳଠାରେ ମଙ୍ଗଳବାର ସକାଳେ ତିରାପ ଚାଙ୍ଗଲାଙ୍ଗ ଅଞ୍ଚଳରେ ଏହି ଘଟଣା ଘଟିଛି। ସେହି ସମୟରେ, ନାଗାଲାଣ୍ଡର ଡାନ ପାଙ୍ଗଶାରେ ମଧ୍ୟ ଏଭଳି ଘଟିଛି।

ଅରୁଣାଚଳରେ ଗୁଳି ବିନିମୟରେ ଆସାମ ରାଇଫଲ୍ସର ଜଣେ ଜେସିଓ ଆହତ ହୋଇଛନ୍ତି। ଆସାମର ତେଜପୁରର ପ୍ରତିରକ୍ଷା ଜନସମ୍ପର୍କ ଅଧିକାରୀ କହିଛନ୍ତି ଯେ ଗୁଳି ବିନିମୟରେ ଜଣେ ଆର୍ମି ଜେସିଓ ସାମାନ୍ୟ ଆହତ ହୋଇଛି। ଏହା ଦ୍ୱାରା ଅନ୍ୟ କୌଣସି କ୍ଷୟକ୍ଷତି ହୋଇନାହିଁ।

ନାଗାଲାଣ୍ଡର ଇଣ୍ଡୋ-ମ୍ୟାନ୍‌ମାର ସୀମାରେ ଥିବା ଡାନ ପାଙ୍ଗଶା ଅଞ୍ଚଳରେ ସନ୍ଦିଗ୍ଧ ମାଓବାଦୀ ଏବଂ ଆସାମ ରାଇଫଲ୍ସ କର୍ମଚାରୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ନୋକଲାକ ଜିଲା ଡେପୁଟି କମିଶନର ହିୟାଜୁ ମେରୁ କହିଛନ୍ତି ଯେ ଏହି ଘଟଣାରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇଥିବାର ଖବର ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?