Posted inଜାତୀୟ

ପଞ୍ଜାବୀ ଗାୟକଙ୍କୁ ଗୁଳି ମାରି ହତ୍ୟା

ଚଣ୍ଡିଗଡ,୨୯।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ରବିବାର ଗୁଳି କରି ହତ୍ୟା କରାଯାଇଛି। ମାନସାର ଜବାହରପୁର ଗାଁରେ ତାଙ୍କୁ ଗୁଳି କରାଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ପଞ୍ଜାବର ଭାଗବତ ମାନ ସରକାର ଶନିବାର ସିଦ୍ଧୁ ମୁସେୱାଲାଙ୍କ ସୁରକ୍ଷା ହଟାଇ ଦେଇଥିଲେ। ସୁରକ୍ଷା ହଟାଇବାର ଗୋଟିଏ ଦିନ ପରେ ଏହି ଘଟଣା ଘଟିଛି। କଂଗ୍ରେସ ଟିକେଟରେ ବିଧାନସଭା ନିର୍ବାଚନରେ ୨୮ ବର୍ଷୀୟ ମୁସେୱାଲା ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।
କୁହାଯାଉଛି ଯେ, ସିଦ୍ଧୁ କାର୍‌ରେ ଯାଉଥିବାବେଳେ ଅଜ୍ଞାତ ଆକ୍ରମଣକାରୀମାନେ ତାଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ମୁସେୱାଲାଙ୍କ ଉପରେ ପ୍ରାୟ ୭ ରାଉଣ୍ଡ ଗୁଳି କରାଯାଇଥିଲା। ଏହି ଆକ୍ରମଣରେ ଅନ୍ୟ ୩ ଜଣ ମଧ୍ୟ ଆହତ ହୋଇଛନ୍ତି। ସିଦ୍ଧୁ ମୁସେୱାଲା ପାଠ ପଢିବା ପାଇଁ ପାଇଁ କାନାଡା ଯାଇଥିଲେ। ଏହା ପରେ ସେ ପଞ୍ଜାବକୁ ଜଣେ ଗାୟକ ଭାବରେ ଫେରିଥିଲେ।ଗତ ମାସରେ ସିଦ୍ଧୁ ମୁସେୱାଲା ‘ସ୍କାପଗୋଟ’ ନାମରେ ଏକ ଗୀତ ରିଲିଜ ହୋଇଥିଲା। ଏହି ଗୀତରେ ସେ ଆମ ଆଦମୀ ପାର୍ଟି ସମର୍ଥକଙ୍କୁ ଟାର୍ଗେଟ କରିଥିଲେ। ଏହାକୁ ନେଇ ବିବାଦ ଉପୁଜିଥିଲା। ଏହି ଗୀତରେ ସେ ଆପ ସମର୍ଥକଙ୍କୁ ଦେଶଦ୍ରୋହୀ ଆକ୍ଷେପ କରିଥିବା ଅଭିଯୋଗ ହୋଇଥିଲା। ତାଙ୍କୁ ବିଭିନ୍ନ ଗ୍ୟାଙ୍ଗଷ୍ଟାର୍‌ଙ୍କ ପକ୍ଷରୁ ହତ୍ୟା ଧମକ ଦିଆଯାଇଥିଲା। ଏହି କାରଣରୁ ସରକାରଙ୍କ ପକ୍ଷରୁ ସିଦ୍ଧୁଙ୍କୁ ୪୨୪ ଭିଆଇପି ସୁରକ୍ଷା ଯୋଗାଇ ଦିଆଯାଇଥିଲା। ଗତ ଶନିବାର ତାଙ୍କ ସୁରକ୍ଷା ବ୍ୟବସ୍ଥା ସରକାର ହଟାଇ ଦେଇଥିଲେ।
ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରତ୍ୟକ୍ଷଦର୍ଶୀଙ୍କୁ ପଚରାଉଚରା କରାଯାଉଛି। ଆକ୍ରମଣକାରୀମାନଙ୍କୁ ଚିହ୍ନଟ କରିବା ପାଇଁ ଆଖପାଖର ସିସିଟିଭି ଫୁଟେଜ ଯାଞ୍ଚ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri