Posted inଜାତୀୟ

ପଞ୍ଜାବୀ ଗାୟକଙ୍କୁ ଗୁଳି ମାରି ହତ୍ୟା

ଚଣ୍ଡିଗଡ,୨୯।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ରବିବାର ଗୁଳି କରି ହତ୍ୟା କରାଯାଇଛି। ମାନସାର ଜବାହରପୁର ଗାଁରେ ତାଙ୍କୁ ଗୁଳି କରାଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ପଞ୍ଜାବର ଭାଗବତ ମାନ ସରକାର ଶନିବାର ସିଦ୍ଧୁ ମୁସେୱାଲାଙ୍କ ସୁରକ୍ଷା ହଟାଇ ଦେଇଥିଲେ। ସୁରକ୍ଷା ହଟାଇବାର ଗୋଟିଏ ଦିନ ପରେ ଏହି ଘଟଣା ଘଟିଛି। କଂଗ୍ରେସ ଟିକେଟରେ ବିଧାନସଭା ନିର୍ବାଚନରେ ୨୮ ବର୍ଷୀୟ ମୁସେୱାଲା ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।
କୁହାଯାଉଛି ଯେ, ସିଦ୍ଧୁ କାର୍‌ରେ ଯାଉଥିବାବେଳେ ଅଜ୍ଞାତ ଆକ୍ରମଣକାରୀମାନେ ତାଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ମୁସେୱାଲାଙ୍କ ଉପରେ ପ୍ରାୟ ୭ ରାଉଣ୍ଡ ଗୁଳି କରାଯାଇଥିଲା। ଏହି ଆକ୍ରମଣରେ ଅନ୍ୟ ୩ ଜଣ ମଧ୍ୟ ଆହତ ହୋଇଛନ୍ତି। ସିଦ୍ଧୁ ମୁସେୱାଲା ପାଠ ପଢିବା ପାଇଁ ପାଇଁ କାନାଡା ଯାଇଥିଲେ। ଏହା ପରେ ସେ ପଞ୍ଜାବକୁ ଜଣେ ଗାୟକ ଭାବରେ ଫେରିଥିଲେ।ଗତ ମାସରେ ସିଦ୍ଧୁ ମୁସେୱାଲା ‘ସ୍କାପଗୋଟ’ ନାମରେ ଏକ ଗୀତ ରିଲିଜ ହୋଇଥିଲା। ଏହି ଗୀତରେ ସେ ଆମ ଆଦମୀ ପାର୍ଟି ସମର୍ଥକଙ୍କୁ ଟାର୍ଗେଟ କରିଥିଲେ। ଏହାକୁ ନେଇ ବିବାଦ ଉପୁଜିଥିଲା। ଏହି ଗୀତରେ ସେ ଆପ ସମର୍ଥକଙ୍କୁ ଦେଶଦ୍ରୋହୀ ଆକ୍ଷେପ କରିଥିବା ଅଭିଯୋଗ ହୋଇଥିଲା। ତାଙ୍କୁ ବିଭିନ୍ନ ଗ୍ୟାଙ୍ଗଷ୍ଟାର୍‌ଙ୍କ ପକ୍ଷରୁ ହତ୍ୟା ଧମକ ଦିଆଯାଇଥିଲା। ଏହି କାରଣରୁ ସରକାରଙ୍କ ପକ୍ଷରୁ ସିଦ୍ଧୁଙ୍କୁ ୪୨୪ ଭିଆଇପି ସୁରକ୍ଷା ଯୋଗାଇ ଦିଆଯାଇଥିଲା। ଗତ ଶନିବାର ତାଙ୍କ ସୁରକ୍ଷା ବ୍ୟବସ୍ଥା ସରକାର ହଟାଇ ଦେଇଥିଲେ।
ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରତ୍ୟକ୍ଷଦର୍ଶୀଙ୍କୁ ପଚରାଉଚରା କରାଯାଉଛି। ଆକ୍ରମଣକାରୀମାନଙ୍କୁ ଚିହ୍ନଟ କରିବା ପାଇଁ ଆଖପାଖର ସିସିଟିଭି ଫୁଟେଜ ଯାଞ୍ଚ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri