ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ ପ୍ରାୟ ୩ରୁ ୪ ରାଉଣ୍ଡ ଫାୟାରିଂ କରାଯାଇଛି। ଘଟଣା ପରଠାରୁ ରୋହିତଙ୍କ ପରିବାର ସମେତ ପ୍ରଶଂସକମାନେ ଚିନ୍ତାରେ ରହିଛନ୍ତି। ତେବେ କିଏ ଏବଂ କେଉଁ କାରଣରୁ ଏଭଳି କାଣ୍ଡ ଭିଆଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।

ପୋଲିସଠାରୁ ମିଳିଥିବା ସୂଚନା ମୁତାବକ, ମୁମ୍ବାଇ ସ୍ଥିତ ରୋହିତଙ୍କ ଘର ବାହାରେ ରାତି ୧୨.୪୩ ମିନିଟରେ କିଛି ଅଜ୍ଞାତ ଆକ୍ରମଣକାରୀ ୪ ରାଉଣ୍ଡ ଫାୟାରିଂ କରିଥିଲେ। ଏହାପରେ ତୁରନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏବେ ଘଟଣାର ଛାନଭିନ କରାଯାଉଛି। ଫରେନ୍‌ସିକ ଟିମ୍‌ ମଧ୍ୟ ସେଠାରେ ପହଞ୍ଚିଛି।  ତେବେ ଖୁସିର କଥା ଏହା ଯେ ଏହି ଫାୟାରିଂରେ କେହି ଆହତ ହୋଇ ନାହାନ୍ତି।

ସୋସିଆଲ ମିଡିଆରେ ରୋହିତଙ୍କ ଘର ବାହାରର ଭିଡିଓ ଦ୍ରୁତ ବେଗରେ ଭାଇରାଲ ହେଉଛି। ଭିଡିଓରେ ବାହାରେ ପୋଲିସ ଗାଡ଼ି, ବ୍ୟାରିକେଡ ଏବଂ ପୋଲିସ କର୍ମୀ ମୁତୟନ ହୋଇଥିବା ନଜର ଆସୁଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

Budget 2026: ଶସ୍ତା ହେଲା ଜୋତା ମହଙ୍ଗା ହେଲା ମଦ, ଜାଣନ୍ତୁ ଏଥର ବଜେଟରେ କ’ଣ ହେଲା ଶସ୍ତା

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କ୍ରମାଗତ ନବମ ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସାଧାରଣ ଜନତାଙ୍କ ପାଇଁ ସବୁଠାରୁ ବଡ଼ ଏବଂ…

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri