ରାତିରେ ପରିସ୍ରା କରିବାକୁ ଉଠିଥିଲେ ଯୁବକ, ଗୁଳିମାଡ଼ କଲେ ଗୋଚାଲାଣକାରୀ

କେନ୍ଦ୍ରପଡ଼ା,୧୪ା୧୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଗୋଚାଲାଣକାରୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ଧରାପଡ଼ି ଜେଲ୍‌ ଯାଉଥିଲେ ମଧ୍ୟ ଏହା ବନ୍ଦ ହେଉନାହିଁ।

ଗୁରୁବାର ରାତିରେ ଏପରି ଏକ ଦୌରାତ୍ମ୍ୟ ଘଟଣା ସଦର ଥାନା ଗଣ୍ଡାକିଆ ନିକଟ ନରଣପୁର ଗ୍ରାମରେ ଦେଖିବାକୁ ମିଳିଛି। ରାତିରେ ଗୋଚାଲାଣକାରୀମାନେ ଏକ ଏସିଇ ଗାଡ଼ିରେ ଏକ ଗାଈ ନେଉଥିବା ସମୟରେ କେତେକ ଯୁବକ ଅଟକାଇ ଥିଲେ। ଏହା ପରେ କିଛି ଲୋକ ଏକ ବୋଲେରୋ ଗାଡ଼ିରେ ଆସି ଗୋଚାଲାଣକୁ ରୋକୁଥିବା ଯୁବକଙ୍କୁ ବନ୍ଧୁକ ଦେଖାଇ ମାରିବା ପାଇଁ ଗୋଡ଼ାଇ ଥିଲେ। ଫଳରେ ଗୋରୁ ଗାଡ଼ିକୁ ଅଟକାଉଥିବା ଯୁବକମାନେ ଭୟରେ ନିକଟସ୍ଥ ନରଣପୁର ଗ୍ରାମକୁ ପଳାଇ ଯାଇଥିଲେ। ତେବେ ଗ୍ରାମର ଏକ କ୍ଲବ ଘରେ ଶୋଇଥିବା କିରଣ ଦାସଙ୍କ ପୁଅ ଅକ୍ଷୟ (୩୦) ପରିସ୍ରା ପାଇଁ ଉଠିଥିବା ବେଳେ ଗୋଚାଲାଣକାରୀଙ୍କ ହାବୁଡ଼ରେ ପଡ଼ିଥିଲେ। ଅକ୍ଷୟଙ୍କୁ ୨ ରାଉଣ୍ଡ ଗୁଳି ଚଳାଇଥିବା ବେଳେ ଗୋଟିଏ ଗୁଳି ବାମ ଜଙ୍ଘରେ ବାଜିଥିଲା। ଅକ୍ଷୟଙ୍କୁ ଜିଲା ମେଡ଼ିକାଲକୁ ଚିକିତ୍ସା ପାଇଁ ଅଣାଯାଇଛି। ଏହି ଘଟଣାର ତଦନ୍ତ ଥାନା ପୋଲିସ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri