ଫିରିଙ୍ଗିଆ ବିଡିଓଙ୍କ ସ୍ତ୍ରୀଙ୍କ ଆତ୍ମହତ୍ୟା

ଫୁଲବାଣୀ ଅଫିସ, ୫ା୧୧- କନ୍ଧମାଳ ଜିଲା ଫିରିଙ୍ଗିଆ ବିଡିଓ ରଶ୍ମୀରଞ୍ଜନ ମହନ୍ତଙ୍କ ସ୍ତ୍ରୀ ସରିତା ସାମଲ(୩୧)ବୁଧବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି।
ବିଡିଓ ମହନ୍ତ ବୁଧବାର କୌଣସି ଏକ ମିଟିଂରେ ଜିଲାପାଳଙ୍କ କାର୍ଯ୍ୟାଳୟ ଫୁଲବାଣୀକୁ ଆସି ସନ୍ଧ୍ୟାରେ ଘରକୁ ଫେରିଥିଲେ। କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ବିଡିଓ ତାଙ୍କ ପୁଅକୁ ଧରି ଘର ବାହାରକୁ ବୁଲିବାକୁ ଆସିଥିଲେ। କିଛି ସମୟ ପରେ ସେ ଘରକୁ ଯାଇ ଦେଖିବା ବେଳକୁ କବାଟ ଭିତରପଟୁ ବନ୍ଦ ଥିଲା। ସେ ପତ୍ନୀ ସରିତାଙ୍କୁ ଡାକିଥିଲେ ମଧ୍ୟ ଶୁଣି ନ ଥିଲେ। କବାଟ ଫାଙ୍କରେ ଦେଖିଲା ବେଳକୁ ସେ ନିଜ ଓଢ଼ଣୀରେ ଝୁଲୁଥିବାର ଦେଖିବାକୁ ପାଇଥିଲେ। ବ୍ଲକ କର୍ମଚାରୀଙ୍କ ସହ କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରାଯିବା ପରେ ଫିରିଙ୍ଗିଆ ମେଡିକାଲରେ ଭର୍ତି କରାଯାଇଥିଲା। ତାଙ୍କର ଅବସ୍ଥା ଗୁରୁତର ଥିବାରୁ ଫୁଲବାଣୀ ମେଡିକାଲକୁ ସ୍ଥାନାନ୍ତର କରା ଯାଇଥିଲା। ସେଠାରେ ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫିରିଙ୍ଗିଆ ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓ ଘଟଣା ସ୍ଥଳରେ ପହଂଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଥିଲେ। ଏ ନେଇ ଏକ ଅପମୃତ୍ୟୁ ମାମଲା ୧୩/୨୦ରେ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଚାଲିଛି ବୋଲି ଥାନାଧିକାରୀ ରାଓ ସୁଚନା ଦେଇଛନ୍ତି। ସୁଚନାଯୋଗ୍ୟ ଉଭୟଙ୍କର ଗତ ୩ ବର୍ଷ ପୁର୍ବେ ପ୍ରେମ ବିବାହ ହୋଇଥିଲା। ସେମାନଙ୍କର ଗୋଟିଏ ୨ ବର୍ଷର ପୁଅ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri