ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ନିଖୋଜ, ଅପହରଣ ସନ୍ଦେହ

ଫୁଲବାଣୀ ଅଫିସ,୩।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ କୁମାର ସାହୁ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି।  ତାଙ୍କୁ ଅପହରଣ କର ଯାଇଥିବାନେଇ ସନ୍ଦେହ କରାଯାଉଛି। ମାଓବାଦୀ କି ଅନ୍ୟ କେହି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁସାରେ ଅନୁସାରେ, ଶୁକ୍ରବାର ଜାଜେଶପାଙ୍ଗା ଗାଁରେ ବରାଳ ଦେବୀ ପୂଜା ପାଇଁ ଯାତ୍ରା ଅନୁଷ୍ଠିତ ହୋଇଥିଲା। ଯାତ୍ରାରେ ଉପାଧକ୍ଷ ଅଜିତଙ୍କୁ ଅତିଥି ଭାବରେ ଡକାଯାଇଥିଲା। ଉପାଧକ୍ଷ ନିଜ କାରରେ ରତଙ୍ଗ ପଞ୍ଚାୟତ ସମିତି ସଭ୍ୟ ବିରଞ୍ଚି ମଳିକ ଓ ବସନ୍ତ ମାଝୀ ନାମକ ତାଙ୍କର ଜଣେ ସହଯୋଗୀଙ୍କ ସହ ଜାଜେଶପାଙ୍ଗା ପାଇଁ ବାହାରିଥିଲେ। କାର୍ଯ୍ୟକ୍ରମରେ ବିଳମ୍ବ ହେବାରୁ ସେ ତାଙ୍କ କାରରେ ସାଡିଙ୍ଗିଆ ଯାଉଥିଲେ। ରାସ୍ତାରେ ଥିବା ଘାଟି ନିକଟରେ କାରଟିକୁ ରଖି ବାହାରକୁ ପରିସ୍ରା ପାଇଁ ଓହ୍ଲାଇଥିଲେ। ଏଥିସହ ତାଙ୍କର ଦୁଇଜଣ ସହଯୋଗୀ ମଧ୍ୟ ଓହ୍ଲାଇଥିଲେ। ଦୁଇ ସହଯୋଗୀ ପରିସ୍ରା କରି ଫେରିଲା ପରେ ଅଜିତ ପାଖରେ ନ ଥିବା ଦେଖିବାକୁ ପାଇଥିଲେ। ଉଭୟ ସ୍ଥାନୀୟ ଅଞ୍ଚଳରେ ବହୁ ଖୋଜା ଖୋଜି କଲା ପରେ ମଧ୍ୟ୍ୟ ଅଜିତଙ୍କୁ ପାଇଁ ନ ଥିଲେ। ଅନ୍ୟପଟେ ଅଜିତଙ୍କ କାରରେ କାର ଚାବି ଲାଗି ରହିଥିବା ବେଳେ ତାଙ୍କ ମୋବାଇଲ ମଧ୍ୟ ରହିଛ। କିଛି ସମୟ ପରେ ରତଙ୍ଗ ସମିତି ସଭ୍ୟ ବିରଞ୍ଚି ମଳିକ ଫିରିଙ୍ଗିଆ ଥାନାକୁ ଫୋନ ଯୋଗେ ସବୁ କଥା ଜଣାଇଥିଲେ। ବର୍ତ୍ତମାନ ସୁଦ୍ଧା ଉପାଧକ୍ଷଙ୍କ କୌଣସି ଖୋଜଖବର ମିଳିପାରିନଥିବା ବେଳେ ପୋଲିସ ତଦନ୍ତ ଜାରିରଖିଛି । ଅନ୍ୟପଟେ ଉକ୍ତ ଅଞ୍ଚଳଟି ମାଓବାଦୀ ଅଧିସୁତ ଅଞ୍ଚଳ ହୋଇଥୁବାରୁ ମାଓବାଦୀ ଅଜିତଙ୍କୁ ଅପହରଣ କରିନେଇଥିବା ସନ୍ଦେହ କରାଯାଉଛି । କିଛି ଦିନ ତଳେ ଏହି ଅଞ୍ଚଳରେ ମାଓବାଦୀ ଜଣେ ପୂର୍ବତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କରି ନିଜର ସ୍ଥିତି ଜାହିର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri