ଫୁଲବାଣୀ ଅଫିସ,୩।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ କୁମାର ସାହୁ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ତାଙ୍କୁ ଅପହରଣ କର ଯାଇଥିବାନେଇ ସନ୍ଦେହ କରାଯାଉଛି। ମାଓବାଦୀ କି ଅନ୍ୟ କେହି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁସାରେ ଅନୁସାରେ, ଶୁକ୍ରବାର ଜାଜେଶପାଙ୍ଗା ଗାଁରେ ବରାଳ ଦେବୀ ପୂଜା ପାଇଁ ଯାତ୍ରା ଅନୁଷ୍ଠିତ ହୋଇଥିଲା। ଯାତ୍ରାରେ ଉପାଧକ୍ଷ ଅଜିତଙ୍କୁ ଅତିଥି ଭାବରେ ଡକାଯାଇଥିଲା। ଉପାଧକ୍ଷ ନିଜ କାରରେ ରତଙ୍ଗ ପଞ୍ଚାୟତ ସମିତି ସଭ୍ୟ ବିରଞ୍ଚି ମଳିକ ଓ ବସନ୍ତ ମାଝୀ ନାମକ ତାଙ୍କର ଜଣେ ସହଯୋଗୀଙ୍କ ସହ ଜାଜେଶପାଙ୍ଗା ପାଇଁ ବାହାରିଥିଲେ। କାର୍ଯ୍ୟକ୍ରମରେ ବିଳମ୍ବ ହେବାରୁ ସେ ତାଙ୍କ କାରରେ ସାଡିଙ୍ଗିଆ ଯାଉଥିଲେ। ରାସ୍ତାରେ ଥିବା ଘାଟି ନିକଟରେ କାରଟିକୁ ରଖି ବାହାରକୁ ପରିସ୍ରା ପାଇଁ ଓହ୍ଲାଇଥିଲେ। ଏଥିସହ ତାଙ୍କର ଦୁଇଜଣ ସହଯୋଗୀ ମଧ୍ୟ ଓହ୍ଲାଇଥିଲେ। ଦୁଇ ସହଯୋଗୀ ପରିସ୍ରା କରି ଫେରିଲା ପରେ ଅଜିତ ପାଖରେ ନ ଥିବା ଦେଖିବାକୁ ପାଇଥିଲେ। ଉଭୟ ସ୍ଥାନୀୟ ଅଞ୍ଚଳରେ ବହୁ ଖୋଜା ଖୋଜି କଲା ପରେ ମଧ୍ୟ୍ୟ ଅଜିତଙ୍କୁ ପାଇଁ ନ ଥିଲେ। ଅନ୍ୟପଟେ ଅଜିତଙ୍କ କାରରେ କାର ଚାବି ଲାଗି ରହିଥିବା ବେଳେ ତାଙ୍କ ମୋବାଇଲ ମଧ୍ୟ ରହିଛ। କିଛି ସମୟ ପରେ ରତଙ୍ଗ ସମିତି ସଭ୍ୟ ବିରଞ୍ଚି ମଳିକ ଫିରିଙ୍ଗିଆ ଥାନାକୁ ଫୋନ ଯୋଗେ ସବୁ କଥା ଜଣାଇଥିଲେ। ବର୍ତ୍ତମାନ ସୁଦ୍ଧା ଉପାଧକ୍ଷଙ୍କ କୌଣସି ଖୋଜଖବର ମିଳିପାରିନଥିବା ବେଳେ ପୋଲିସ ତଦନ୍ତ ଜାରିରଖିଛି । ଅନ୍ୟପଟେ ଉକ୍ତ ଅଞ୍ଚଳଟି ମାଓବାଦୀ ଅଧିସୁତ ଅଞ୍ଚଳ ହୋଇଥୁବାରୁ ମାଓବାଦୀ ଅଜିତଙ୍କୁ ଅପହରଣ କରିନେଇଥିବା ସନ୍ଦେହ କରାଯାଉଛି । କିଛି ଦିନ ତଳେ ଏହି ଅଞ୍ଚଳରେ ମାଓବାଦୀ ଜଣେ ପୂର୍ବତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କରି ନିଜର ସ୍ଥିତି ଜାହିର କରିଥିଲେ।
Posted inHome Left, ଆମ ଜିଲା ଖବର, କନ୍ଧମାଳ View All
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ
ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ପୂର୍ବତନ ବାୟୁସେନା ଅଧିକାରୀ ଗିରଫ
ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ରିକି କେଜ୍ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ
ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍ କଭର ଚୋରି...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ
ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...
Archives


