ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର ଗ୍ରହଣ ସଂସ୍ଥା ନୂଆପଡ଼ା ମଧ୍ୟସ୍ଥତାରେ ଏକ ଶିଶୁ କନ୍ୟାକୁ ତାମିଲନାଡୁର ଏକ ଦମ୍ପତି ଗ୍ରହଣ କରିଛନ୍ତି। ପୋଷ୍ୟ କନ୍ୟାର ସମ୍ପୂର୍ଣ୍ଣ ଶିକ୍ଷା, ସେବା ଓ ସୁରକ୍ଷା ଦାୟିତ୍ୱ ନୂଆ ପରିବାର ଆଇନ ସମ୍ମତ ହିସାବରେ ନେଇଛନ୍ତି। ପୂର୍ବରୁ ନୂଆପଡ଼ାର ଏଭଳି ପୋଷ୍ୟ ସନ୍ତାନ ଦାନ କଳାହାଣ୍ଡି ଜିଲା ମାର୍ଫତରେ ହେଉଥିଲା l ଏବେ ଜିଲାପାଳ ମଧୁସୂଦନ ଦାଶଙ୍କ ପ୍ରଚେଷ୍ଟା ବଳରେ ଏହି ପ୍ରକ୍ରିୟା କାର୍ଯ୍ୟକ୍ଷମ ହୋଇପାରିଛି। ଏହି ଘଟଣା ଜିଲାରେ ପୋଷ୍ୟ ସନ୍ତାନ ସୁରକ୍ଷାରେ ଏକ ମାଇଲଷ୍ଟୋନ ହେବ ବୋଲି ବୁଦ୍ଧିଜୀବୀମାନେ ମତପ୍ରକାଶ କରିଛନ୍ତି। ଜିଲାପାଳଙ୍କ ନିର୍ଦ୍ଦେଶରେ ଶିଶୁ ସୁରକ୍ଷା ବିଭାଗ ଭାରପ୍ରାପ୍ତ ଅଧିକାରୀ ଚିନ୍ମୟ ସାଗର ଓ ଜିଲା ଶିଶୁ ମଙ୍ଗଳ ସମିତି ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଆବଶ୍ୟକ ବିଧି ବ୍ୟବସ୍ଥା ଗ୍ରହଣ କରିଥିଲେ। ଏହି ନୂତନ ପଦକ୍ଷେପ ଜିଲାରେ ଅନ୍ୟ ଅବାଞ୍ଛିତ ଶିଶୁମାନଙ୍କ ପାଇଁ ନୂତନ ଆଶା ସଞ୍ଚାର କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri