୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନବୀନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଦାରିଙ୍ଗବାଡି ପଞ୍ଚାୟତ ସମିତିର ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ଅନ୍ୟତମ ଅତିଥିଭାବେ ଦାରିଙ୍ଗବାଡି ବିଇଓଙ୍କ କାର୍ଯ୍ୟାଳୟର ୩ ଜଣ ଅତିରିକ୍ତ ବିଇଓ ଗୋକୁଳାନନ୍ଦ ନାୟକ, ବନମାଳୀ ମାଝୀ ଏବଂ କୌଶିକ ନାୟକଙ୍କ ସମେତ ବ୍ଲକର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ପ୍ରଧାନ, ସରପଞ୍ଚ ସୁନିତା ପ୍ରଧାନ, ପୂର୍ବତନ ସରପଞ୍ଚ ସଞ୍ଜୟ ପ୍ରଧାନ, ସିଆରସିସି ତାପସ ନାୟକ, ଶ୍ରାନିକେତା ସିଆରସିସି ଜୟଦେବ ସାହୁ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କେଶବ କଂହର, ନାଏବ ସରପଞ୍ଚ ବିଶ୍ରବ ପ୍ରଧାନ ପ୍ରମୁଖ ମଞ୍ଚାସିନ ରହିଥିଲେ। ସିର୍କାବର୍ଗ ସିଆରସିସି ମନୋଜ କୁମାର ବେହେରା କାର୍ଯ୍ୟକ୍ରମରେ ମଞ୍ଚ ପରିଚାଳନା କରିଥିଲେ। ଅତିଥିଙ୍କୁ ସ୍ବାଗତ ସହ ପରିଚୟ ପ୍ରଦାନ କରିଥିଲେ।
ଏହି ଅବସରରେ ମଞ୍ଚାସୀନ ଅତିଥି ମାନେ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ସେମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳମୟ କାମନା କରିବା ସହ ଭଲ ମଣିଷ ଭାବେ ନିଜକୁ ଗଢି ତୋଳିବାକୁ ପରାମର୍ଶ ଦେଇଥିଲେ। ଛାତ୍ରୀଛାତ୍ର ଦେଶର ଭବିଷ୍ୟତ ତେଣୁ ନିଜ ପାଠ ପଢାକୁ ଭବିଷ୍ୟତ ଲକ୍ଷ୍ୟ ଧାର୍ଯ୍ୟ କରି ଭଲ ପାଠ ପଢିବାକୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାର୍ଷିକ ବିବରଣୀ ପଠନ କରିବା ସହ ବିଦ୍ୟାଳୟରେ ରହିଥିବା ସମସ୍ୟାର ସମାଧାନ ପାଇଁ ଉପସ୍ଥିତ ଅତିଥିଙ୍କୁ ଅବଗତ କରାଇଥିଲେ।
ପ୍ରକାଶ ଯେ, ବିଦ୍ୟାଳୟ ୧୯୯୨ ମସିହାରେ ପ୍ରାଥମିକ ବିଦ୍ୟାଳୟ ଭାବେ ସ୍ଥାପନ କରାଯାଇଥିଲା ପ୍ରଥମେ ୩ ଜଣ ଛାତ୍ରୀଛାତ୍ର ଓ ଦୁଇଜଣ ଶିକ୍ଷକଙ୍କୁ ନେଇ ଚାଳ ଘରେ ପାଠପଢା ଆରମ୍ଭ ହୋଇଥିଲା ଏବେ ଏହି ବିଦ୍ୟାଳୟ ଏବେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭାବେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ୨୦୨୩ ମସିହାରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ପୁରସ୍କାର ପ୍ରାପ୍ତ ହୋଇପାରିଛି। କିନ୍ତୁ ଛାତ୍ରୀଛାତ୍ରଙ୍କ ପାଇଁ ବାର୍ଷିକ ଉତ୍ସବ ପାଳନ ହୋଇନଥିବା ବେଳେ ଦୀର୍ଘ ୩୪ ବର୍ଷ ପରେ ପ୍ରଥମ ଥର ପାଇଁ ବାର୍ଷିକ ଉତ୍ସବ ପାଳନ କରାଯାଉଛି। ବିଦ୍ୟାଳୟର ବହୁ ଛାତ୍ରୀଛାତ୍ରୀ ଏଠି ପଢି ଏବେ ସରକାରୀ ଶିକ୍ଷକ ଓ ଅନ୍ୟାନ୍ୟ ଚାକିରି କରୁଥିବା କୁହାଯାଇଥିଲା। ଏବେ ବିଭିନ୍ନ ପ୍ରତିଯୋଗିତାରେ ଛାତ୍ରୀଛାତ୍ର ପଞ୍ଚାୟତ, ବ୍ଲଜ, ଜିଲା ସ୍ତରରେ କୃତିତ୍ୱ ଅର୍ଜନ କରୁଥିବା କୁହାଯାଇଥିଲା।

ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ବାର୍ଷିକ ପ୍ରତିଯୋଗିତା ତଥା ଖେଳ କୁଦ ତଥା ଲମ୍ବା ଡିଆଁ, ଉଚ୍ଚ ଡିଆଁ, ଦୌଡି ଡିଆଁ, ଗଣିତ ଦୌଡ, ଆଳୁ ଚାମଚ ଖେଳ, ଚିତ୍ରାଙ୍କନ, ଶହେ ମିଟର ଓ ୬୦ ମିଟର ଦୌଡ, ଅଖା ଦୌଡ଼ ଆଦି କରାଯାଇଥିଲା। ସେଥିରେ କୃତିତ୍ୱ ଛାତ୍ରୀଛାତ୍ରଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ଉତ୍ସବକୁ ପ୍ରଧାନ ଶିକ୍ଷକ ନବୀନ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ସହକାରୀ ଶିକ୍ଷୟିତ୍ରୀଶିକ୍ଷକ ରତ୍ନବତୀ କଂହର, ସୂଚିତ୍ରା ପ୍ରଧାନ ଏବଂ ନବ କିଶୋର ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ। ଏଥିସହ ଗ୍ରାମବାସୀ ଓ ବିଦ୍ୟାଳୟ ପରିଚାଳନା କମିଟି ଏଥିରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri