ପ୍ରଥମଥର ସ୍ବୟଂଚାଳିତ ଟ୍ରାଫିକ୍‌ ନିୟନ୍ତ୍ରଣ ସିଗ୍‌ନାଲ ପଏଣ୍ଟ ଆରମ୍ଭ

ନୂଆପଡ଼ା,୧୭ା୫ (ମକାରୁ ବେମାଲ):ନୂଆପଡ଼ା ସହରର ବହୁ ପ୍ରତୀକ୍ଷିତ ପରେ ପ୍ରଥମ କରି ଏକତା ଛକଠାରେ ସ୍ବୟଂ ଚାଳିତ ଟ୍ରାଫିକ ନିୟନ୍ତ୍ରଣ ସିଗ୍‌ନାଲ ପଏଣ୍ଟ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ, ଜିଲାପାଳ ମଧୁସୂଦନ ଦାଶ, ଆରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର, ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମହମ୍ମଦ ଆଦାମ, ଜିଲା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝି, ଜିଲା କ୍ରିକେଟ ଆସୋସିଏଶନ ସମ୍ପାଦକ ସରୋଜ କୁମାର ସାହୁ ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ। ସର୍ବ ପ୍ରଥମେ ଅତିଥି ବୃନ୍ଦ ଜିଲାର ବରପୁତ୍ର ସ୍ବର୍ଗତ ଘାସିରାମ ମାଝିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ ପରେ ଫିତା କାଟି ସ୍ବୟଂଚାଳିତ ଟ୍ରାଫିକ ନିୟନ୍ତ୍ରଣ ସିଗ୍‌ନାଲ ପଏଣ୍ଟ ଉଦ୍‌ଘାଟନ କରିଥିଲେ। ନୂଆପଡ଼ା ସହରର ଏହି ବ୍ୟସ୍ତବହୁଳ ଏକତା ଛକରେ ଏହାର ଆବଶ୍ୟକତା ବହୁଦିନରୁ ଅନୁଭୂତ ହେଉଥିଲା। ଜିଲା ସଡ଼କ ସୁରକ୍ଷା ବୈଠକରେ ଜିଲାପାଳ ଓ ଏସ୍‌ପି ଗୁରୁତ୍ୱ ଦେଇଥିଲେ। ବିଜ୍ଞାପିତ ଅଞ୍ଚଳ ପରିଷଦ ନୂଆପଡ଼ା ଦ୍ୱାରା ଏହି ସ୍ବୟଂଚାଳିତ ଟ୍ରାଫିକ ନିୟନ୍ତ୍ରଣ ପଏଣ୍ଟ ସିଗ୍‌ନାଲ ସ୍ଥାପିତ ହୋଇଛି। କାର୍ଯ୍ୟକ୍ରମରେ ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ କୁରୁକ୍ଷେତ୍ର ନାଏକ, ସମସ୍ତ କାଉନ୍‌ସିଲର, ସହରବାସୀ ଯୋଗଦାନ କରି ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri