Posted inଖେଳ

୧୪୪ ବର୍ଷ ଟେଷ୍ଟ ଇତିହାସରେ କେବଳ ଏହି କ୍ରିକେଟର ପ୍ରଥମ ବଲ୍‌ରେ ମାରିଛନ୍ତି ଛକା, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌…

ନୂଆଦିଲ୍ଲୀ,୩।୧୧: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏଥିରେ ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ହୋଇଥାଏ। ଦୀଘେ ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ସହ ଖେଳିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି, ଯେଉଁମାନେ ନିଜସ୍ବ ଶୈଳୀକୁ ଭଲ ପାଆନ୍ତି। ନିଜ ଅନୁସାରେ ଖେଳିବାକୁ ପସନ୍ଦ କରିଥାନ୍ତି। ସେଭଳି ଜଣେ ବ୍ୟାଟ୍ସମ୍ୟାନ୍‌ ହେଲେ ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌।

ଗେଲ୍‌ ଟି-୨୦ ଓ ଦିନିକିଆ କ୍ରିକେଟରେ ନିଜର ବିସ୍ଫୋରକ ପାଳି ପାଇଁ ଖ୍ୟାତ। ଏକଦା ସେ ଟେଷ୍ଟ କ୍ରିକେଟରେ ଏଭଳି କିଛି କରିଥିଲେ ଯାହାକି ୧୪୪ ବର୍ଷର ଟେଷ୍ଟ ଇତିହାସରେ କେହି କରିପାରି ନାହାନ୍ତି। ଟେଷ୍ଟ ମ୍ୟାଚ୍‌ର ପ୍ରଥମ ବଲ୍‌ରେ ଛକା ମାରି ସେ ସମସ୍ତଙ୍କୁ ଚକିତ କରିଦେଇଥିଲେ।

୨୦୧୨ରେ ବାଲାଂଦେଶ ଗସ୍ତ କରିଥିଲା ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ଟିମ୍‌। ସେହି ସମୟରେ ଗେଲ୍‌ ଫର୍ମରେ ଥିଲେ ଏବଂ ଟେଷ୍ଟ କ୍ରିକେଟ ମଧ୍ୟ ଖେଳୁଥିଲେ। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।

ଏହି ଟେଷ୍ଟ ମ୍ୟାଚ୍‌ରେ ବାଲାଂଦେଶର ସ୍ପିନର ସୋହାଗ ଗାଜି ଡେବ୍ୟୁ କରିଥିଲେ। ତାଙ୍କୁ ପ୍ରଥମ ଓଭର ବୋଲିଂ କରିବାକୁ ଅଧିନାୟକ କହିଥିଲେ। ହେଲେ ଗେଲ୍‌ ତାଙ୍କ ପ୍ରଥମ ବଲ୍‌ରେ ଛକା ମାରିଥିଲେ। ଏହାପରେ ତୃତୀୟ ବଲ୍‌ରେ ଚଉକା, ଚତୁର୍ଥ ବଲ୍‌ରେ ପୁଣି ଏକ ଛକା ମାରିଥିଲେ। ଫଳରେ ଗୋଟିଏ ଓଭରରେ ୧୮ ରନ୍‌ ହୋଇଥିଲା। ଗେଲ୍‌ ପରେ ସେହି ବୋଲରଙ୍କ ଅନ୍ୟ ଏକ ବଲ୍‌ରେ ପ୍ୟାଭିଲିୟନ୍‌କୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri