ଗଞ୍ଜାମରେ ପ୍ରଥମ ‘ବୋଇତ ବନ୍ଦାଣ’ ଉତ୍ସବ: ଋଷିକୂଲ୍ୟା ନଦୀ ତଟରେ ଭବ୍ୟ ଆୟୋଜନ

ଗଞ୍ଜାମ,୫।୧୧(ଅଖିଳ ତରାଇ): ଓଡ଼ିଶାର ଏକ ପୁରାତନ ତଥା ଐତିହାସିକ ସାମୁଦ୍ରିକ ବାଣିଜ୍ୟ କେନ୍ଦ୍ର ଗଞ୍ଜାମରେ ପ୍ରଥମଥର ପାଇଁ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଡଙ୍ଗାଭସା ତଥା ରାସ ପୂର୍ଣ୍ଣିମା ଅବସରରେ ଏକ ବୋଇତ ବନ୍ଦାଣ ଉତ୍ସବ ଆୟୋଜିତ ହୋଇଯାଇଛି। ପୁରାତନ କାଳରୁ ଗଞ୍ଜାମର ବଣିକମାନେ ବୋଇତ ଦ୍ୱାରା ବିଭିନ୍ନ ଦେଶ ସହ ବାଣିଜ୍ୟ କରୁଥିଲେ, ଯାହା ଆମ ଗୌରବମୟ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ।
ଓଡ଼ିଆ ଜାତିର ସ୍ବାଭିମାନ ଓ ମହାନ ନୌବାଣିଜ୍ୟ ପରମ୍ପରାର ମହାନ ନିଦର୍ଶନ “ଆ କା ମା ବୈ, ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର!”କୁ ସ୍ମରଣ କରି ଗଞ୍ଜାମ ଅଞ୍ଚଳବାସୀ ଏହି ସମୃଦ୍ଧ ପରମ୍ପରାକୁ ପୁନଃ ଉଜ୍ଜୀବିତ କରିବା ପାଇଁ ସ୍ଥାନୀୟ ଋଷିକୂଲ୍ୟା ନଦୀ ତଟରେ ଏହି ଭବ୍ୟ ଉତ୍ସବ ଆୟୋଜନ କରିଥିଲେ। ଏହି ଅବସରରେ ଏନସି ଅଧ୍ୟକ୍ଷା ପ୍ରତିଭା ପାଢ଼ୀ, ଆଇଆଇସି ସୁମିତ୍ରା ପାତ୍ର, ଗ୍ରାସିମ ୟୁନିଟ ମୁଖ୍ୟ ଅଜୟ ଗୁପ୍ତାଙ୍କ ସମେତ ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗଦେଇଥିଲେ। ସ୍ଥାନୀୟ ଅଞ୍ଚଳର ପିଲାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ନାଗରିକମାନେ ଉତ୍ସାହର ସହ ଏହି ଉତ୍ସବରେ ଯୋଗଦେଇ ଓଡ଼ିଆ ଜୀବନ ସଂସ୍କୃତିକୁ ସ୍ମରଣ କରିବା ସହ ଏହାକୁ ସଫଳ କରିଥିଲେ। ଅଞ୍ଚଳବାସୀଙ୍କ ଏହି ପ୍ରୟାସ ନୌବାଣିଜ୍ୟ ପରମ୍ପରା ପ୍ରତି ସେମାନଙ୍କ ଗଭୀର ଶ୍ରଦ୍ଧାକୁ ପ୍ରତିପାଦିତ କରୁଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri