Odisha Elections 2024

ଉତ୍କଳ ହସ୍ପିଟାଲରେ ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ

ଭୁବନେଶ୍ୱର,୫।୫ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାଦ୍ରି ବିହାରସ୍ଥିତ ଉତ୍କଳ ହସ୍ପିଟାଲରେ ରାଜ୍ୟର ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରି ସଫଳତାର ସହ ଶେଷ ହୋଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା (ଭୁବନେଶ୍ୱର)ର ଉତ୍କଳ ହସ୍ପିଟାଲ ଏବଂ ତେଲଙ୍ଗା ନା (ହାଇଦ୍ରାବାଦ)ର ଏଆଇଜି ହସ୍ପିଟାଲର ମିଳିତ ସହଯୋଗରେ ରାଜ୍ୟର ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରି ବା ଯକୃତ ପ୍ରତିରୋପଣ ସଫଳତାର ସହ ଶେଷ ହୋଇଛି।
ଏହି ପରିପ୍ରେକ୍ଷୀରେ ଶନିବାର ଉତ୍କଳ ହସ୍ପିଟାଲ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ଅବସରରେ ଉତ୍କଳ ହସ୍ପିଟାଲର ସିଇଓ ଡା. ଆଶିଷ ଚନ୍ଦ୍ରା ହସ୍ପିଟାଲର ଏହି ସଫଳତା ଓ ଖବରଦାତା ସମ୍ମିଳନୀର ଆଭିମୁଖ୍ୟ ବିଷୟରେ ବିସ୍ତୃତ ମତପ୍ରକାଶ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଡା. ସତ୍ୟପ୍ରକାଶ ରାୟ ଚୌଧୁରୀ, ଡା. ଆର୍‌.କେ. ମହାପାତ୍ର, ଡା. ସଲିଳ ପରିଡ଼ା, ଡା. ପି ବାଲଚନ୍ଦ୍ରନ ମେନନ୍‌, ଡା.ଶକ୍ତିସ୍ବରୂପ ଏବଂ ଏଆଇଜିର ଉପସଭାପତି ସନ୍ତୋଷ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ମତ ଉପସ୍ଥାପନ କରିଥିଲେ।

ସୂଚନାଯୋଗ୍ୟ, ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ସୋନପୁରର ୪୧ ବର୍ଷୀୟ ଶରତ ପ୍ରଧାନ ନିକଟରେ ଉତ୍କଳ ହସ୍ପିଟାଲରେ ଆଡ୍‌ମିଶନ ହୋଇଥିଲେ। ଏପରିକି ହସ୍ପିଟାଲର ଅଭିଜ୍ଞ ଚିକିତ୍ସକ ଡା. ସତ୍ୟପ୍ରକାଶ ରାୟ ଚୌଧୁରୀ ଏବଂ ଡା. ସଲିଳ କୁମାର ପରିଡ଼ାଙ୍କ ନେତୃତ୍ୱରେ କିଛିଦିନ ଚିକିତ୍ସିତ ହେଲା ପରେ ସମସ୍ତ ପରୀକ୍ଷା ନିରୀକ୍ଷା ସହ ଅସ୍ତ୍ରୋପଚାର ପାଇଁ ସମୟ ନିର୍ଘଣ୍ଟ ହୋଇଥିଲା। ବିଶେଷକରି ଏଆଇଜି ହସ୍ପିଟାଲର ବରିଷ୍ଠ ଚିକିତ୍ସକ ତଥା ଲିଭା ଟ୍ରାନ୍ସପ୍ଲାଣ୍ଟ ସର୍ଜରି ନିର୍ଦ୍ଦେଶକ ଡା. ପି. ବାଲଚନ୍ଦ୍ରନ ମେନନ୍‌ ଏବଂ ଡା. ଶକ୍ତିସ୍ବରୂପଙ୍କ ସମେତ ଉତ୍କଳ ହସ୍ପିଟାଲର ଏକ ସ୍ବତନ୍ତ୍ର ଚିକିତ୍ସକ ଟିମ୍‌ ଜରିଆରେ ଏହି ଅସ୍ତ୍ରୋପଚାର ବା ଯକୃତ ପ୍ରତିରୋପଣ ସଫଳତାର ସହ କରାଯାଇଥିଲା। ବର୍ତ୍ତମାନ ରୋଗୀ ସୁସ୍ଥ ଥିଲାବେଳେ ଖୁବ୍‌ଶୀଘ୍ର ରୋଗୀ ଜଣକ ଘରକୁ ଯାଉଛନ୍ତି ବୋଲି ଉତ୍କଳ ହସ୍ପିଟାଲ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri