Posted inଜାତୀୟ

ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ ଚିହ୍ନଟ, ୭ ପଜିଟିଭ୍‌

ମୁମ୍ବାଇ,୨୯।୫: ଦେଶରେ ଏବେ କରୋନା ସାମାନ୍ୟ ନିୟନ୍ତ୍ରଣରେ ଥିଲେ ବି ଏହାର ପ୍ରକୋପ କମିନାହିଁ। ଏବେ ବି ଅନେକ ମାମଲା ଚିହ୍ନଟ ହେଉଛନ୍ତି। ଏହାରି ଭିତରେ ମହାରାଷ୍ଟ୍ରରେ ପ୍ରଥମ ଓମିକ୍ରନ୍‌ର ନୂଆ ସବ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ର ପୁଣେରୁ ବି.ଏ-୪ର ୪ଟି ମାମଲା ଏବଂ ବି.ଏ-୫ର ୩ଟି ମାମଲା ସାମ୍ନାକୁ ଆସିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୭ ଜଣଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି। ଚାରିଜଣ ଆକ୍ରାନ୍ତ ୫୦ ବର୍ଷରୁ ଅଧିକ ହୋଇଥିବାବେଳେ ଦୁଇଜଣ ଆକ୍ରାନ୍ତ ୨୦ରୁ ୪୦ ବର୍ଷ ଏବଂ ଜଣେ ନଅ ବର୍ଷର ଶିଶୁ ବୋଲି ଜଣାପଡିଛି। ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ସାମାନ୍ୟ ଲକ୍ଷଣ ଥିବା ବେଳେ ସମସ୍ତେ ଏବେ ଘରେ ରହି ଚିକିତ୍ସିତ ହେଉଛନ୍ତି। ଓମିକ୍ରନ୍‌ ଆକ୍ରାନ୍ତ ହୋଇଥିବା ମହାରାଷ୍ଟ୍ରର ଦୁଇ ଜଣ ବେଲଜିୟମ ଓ ଦକ୍ଷିଣ ଆଫ୍ରିକା ଏବଂ ଅନ୍ୟ ଦୁଇ ଜଣ କର୍ନାଟକ ଏବଂ କେରଳରୁ ଫେରିଥିଲେ। ସମସ୍ତ ୬ଜଣ ବୟସ୍କ ବ୍ୟକ୍ତି ଟିକାକରଣର ଉଭୟ ଡୋଜ ସମାପ୍ତ କରିଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ବୁଷ୍ଟର୍‌ ଡୋଜ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଦୁର୍ଗାପୂଜା ପୂର୍ବରୁ ବଡ଼ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ବଡ଼ ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?