Posted inଜାତୀୟ

ଆଦିତ୍ୟ-ଏଲ୍‌୧ର ପ୍ରଥମ କକ୍ଷ ଉତ୍ଥାନ

ବେଙ୍ଗାଲୁରୁ,୪ା୯: ଭାରତର ପ୍ରଥମ ସୋଲାର ମିଶନ ଆଦିତ୍ୟ-ଏଲ୍‌୧ ସୂର୍ଯ୍ୟ ଅଭିମୁଖେ ଉତ୍‌କ୍ଷେପଣ କରାଯିବାର ଦିନକ ପରେ ଏହାର ପ୍ରଥମ ପୃଥିବୀ କୈନ୍ଦ୍ରିକ କକ୍ଷପଥ ଉତ୍ଥାନ ରବିବାର ସଫଳତାର ସହ ସମ୍ପନ୍ନ ହୋଇଛି। ଏହି ମହାକାଶ ଯାନ ଭଲ ସ୍ଥିତିରେ ରହିଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପକ୍ଷରୁ କୁହାଯାଇଛି। ପରବର୍ତ୍ତୀ ମାନୋଭର ମଙ୍ଗଳବାର ରାତି ୩ଟାରେ କରାଯିବ। ପ୍ରଥମ ପୃଥିବୀ କୈନ୍ଦ୍ରିକ ମାନୋଭର ଦ୍ୱାରା ଆଦିତ୍ୟ-ଏଲ୍‌୧ ଏବେ ୨୪୫X୨୨,୪୫୯ କିଲୋମିଟର କକ୍ଷପଥରେ ପହଞ୍ଚତ୍ଛି। ଅର୍ଥାତ୍‌ ବର୍ତ୍ତମାନ ଏବେ ପୃଥିବୀଠାରୁ ଏହି ମହାକାଶ ଯାନର ସର୍ବନିମ୍ନ ଦୂରତା ୨୪୫ କିଲୋମିଟର ହୋଇଥିବାବେଳେ ସର୍ବାଧିକ ଦୂରତା ୨୨,୪୫୯ କିଲୋମିଟର।

ଶନିବାର ପୂର୍ବାହ୍ନ ୧୧ଟା ୫୦ ମିନିଟ୍‌ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଭାରତର ପ୍ରଥମ ସୋଲାର ସ୍ପେସ୍‌ ଅବ୍‌ଜରଭେଟୋରି ମିଶନକୁ ପିଏସ୍‌ଏଲ୍‌ଭି-ସି୫୭ ରକେଟ ସହାୟତାରେ ଉତ୍‌କ୍ଷେପଣ କରାଯାଇଥିଲା। ୬୩ ମିନିଟ୍‌ ପରେ ଆଦିତ୍ୟ-ଏଲ୍‌୧ ରକେଟରୁ ଅଲଗା ହୋଇ ସଫଳତାର ସହ ପୃଥିବୀର ଅଣ୍ଡାକୃତି କକ୍ଷପଥରେ ଅବସ୍ଥାପିତ ହୋଇଥିଲା। ଏହା ୧୨୫ ଦିନ ଯାତ୍ରା କରିବା ପରେ ପୃଥିବୀଠାରୁ ୧୫ ଲକ୍ଷ କିଲୋମିଟର ଦୂରରେ ଥିବା ସୂର୍ଯ୍ୟ-ପୃଥିବୀ ସିଷ୍ଟମର ଲାଗ୍ରାଞ୍ଜ ପଏଣ୍ଟ-୧ (ଏଲ୍‌୧)ରେ ଥିବା ହଲୋ ଅର୍ବିଟ୍‌ରେ ପହଞ୍ଚତ୍ବ। ସୂର୍ଯ୍ୟର କରୋନାଲ ଉତ୍ତାପ ଏବଂ ସୌର ବାୟୁର ଗତି ବୃଦ୍ଧିକୁ ବୁଝିବା, ପୃଥିବୀ ନିକଟବର୍ତ୍ତୀ ମହାକାଶର ଜଳବାୟୁ ଆଦି ସମ୍ପର୍କରେ ଅବଗତ ହେବା ସୌର ମିଶନର ମୁଖ୍ୟ ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri