୧୬ତମ ସନ୍ତାନ ପ୍ରସବ ପରେ ନବଜାତ ସମେତ ମା’ର ମୃତ୍ୟୁ

ଦମୋହ, ୧୧।୧୦: ମଧ୍ୟପ୍ରଦେଶ ଦମୋହ ଜିଲା ଅନ୍ତର୍ଗତ ବାଟିଆଗଡ଼ ପୋଲିସ ଷ୍ଟେସନ ଅନ୍ତର୍ଗତ ପାଣ୍ଡାଝିର ଗ୍ରାମରେ ଜଣେ ମହିଳା ସନ୍ତାନ ପ୍ରସବ ପରେ ପ୍ରାଣ ହରାଇଛନ୍ତି। ୪୫ ବର୍ଷୀୟ ଏହି ମହିଳାଙ୍କ ଏହା ୧୬ତମ ସନ୍ତାନ ଥିଲା ବୋଲି ଜଣାପଡ଼ିଛି। ତେବେ ମହିଳାଙ୍କ ପରେ ପରେ ସେହି ନବଜାତ ଶିଶୁଟିର ମଧ୍ୟ ମୃତ୍ୟୁ ହୋଇଥିଲା।
ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଏହି ମହିଳାଙ୍କ ନାମ ସୁଖରାଣୀ ଅହିରବାର। ସୁଖରାଣୀ ଶନିବାର ଏକ ସନ୍ତାନ ପ୍ରସବ କରିଥିଲେ। ଏହାପରେ ଉଭୟ ସୁଖରାଣୀ ଏବଂ ତାଙ୍କ ନବଜାତ ସନ୍ତାନର ସ୍ବାସ୍ଥ୍ୟବସ୍ଥା ଖରାପ ହେବାକୁ ଲାଗିଥିଲା। ଉଭୟଙ୍କୁ ସଙ୍ଗେ ସଙ୍ଗେ ହାଟାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। କିନ୍ତୁ ହସ୍ପିଟାଲରେ ପହଞ୍ଚିବା ପୂର୍ବରୁ ଉଭୟ ମହିଳା ଓ ତାଙ୍କ ନବଜାତ ସନ୍ତାନ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଗ୍ରାମ ପଞ୍ଚାୟତ ଓ ମହିଳାଙ୍କ ପରିବାର ସଦସ୍ୟଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଏହା ତାଙ୍କର ୧୬ତମ ସନ୍ତାନ ଥିଲା। ଏଥିପୂର୍ବରୁ ୧୫ ସନ୍ତାନଙ୍କ ମଧ୍ୟରୁ ୪ଟି ଲେଖାଏ ପୁଅ ଓ ଝିଅ ଏବେ ଜୀବିତ ଅଛନ୍ତି। ଅର୍ଥାତ୍‌ ୮ଟି ପିଲା ଏବେ ରହିଛନ୍ତି ଏବଂ ଆଉ ୭ଜଣ ସନ୍ତାନଙ୍କ ମୃତ୍ୟୁ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri