ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ

ପୁରୀ,୧।୫ ( ଅଜିତ୍‌ କୁମାର ମହାନ୍ତି ): ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜୁନ ୨୭ ତାରିଖରେ ଓ ବାହୁଡ଼ା ଯାତ୍ରା ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହେବ। ସୁନାବେଶ ଜୁଲାଇ ୬ ଏବଂ ନୀଳାଦ୍ରି ବିଜେ ଜୁଲାଇ ୮ ତାରିଖରେ ଅନୁଷ୍ଠିତ ହେବ। ଦେବସ୍ନାନ ପୂର୍ଣ୍ଣିମା ଜୁନ ୧୧ ତାରିଖରେ ଅନୁଷ୍ଠିତ ହେବ। ତେଣୁ ଦେବସ୍ନାନ ପୂର୍ଣ୍ଣିମାଠାରୁ ଆରମ୍ଭ କରି ରଥଯାତ୍ରା, ବାହୁଡା ଯାତ୍ରା, ସୁନାବେଶ ଓ ନିଳାଦ୍ରୀ ବିଜେକୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ପ୍ରଥମ ସମନ୍ବୟ ବୈଠକ ଗୁରୁବାର ପୂର୍ବାହ୍ନରେ ଟାଉନ ହଲଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ବି.ପରମେଶ୍ବରନ ଚଳିତ ରଥଯାତ୍ରାରେ ପ୍ରତ୍ୟେକଙ୍କ ମଧ୍ୟରେ ସୁସମନ୍ବୟ ରଖି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ସମସ୍ତ କାର୍ଯ୍ୟ କରିବାକୁ ମତବ୍ୟକ୍ତ କରିଥିଲେ।

ବିଭିନ୍ନ ବିଭାଗକୁ ଦିଆଯାଇଥିବା ଦାୟିତ୍ୱକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ପରାମର୍ଶ ଦେଇଥିଲେ। ପାରସ୍ପରିକ ସମନ୍ବୟ୍‌ର ସହ ରଥଯାତ୍ରାକୁ ସଫଳ କରିବାକୁ ସେ କହିଥିଲେ। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସମସ୍ତଙ୍କୁ ସ୍ବାଗତ କରିବା ସହ ରଥଯାତ୍ରା ପାଇଁ ଜିଲା ପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।

ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡ଼ା ସଂଗ୍ରହ, ନୀତି ସମ୍ପାଦନ, ରଥଟଣା ସମ୍ପର୍କରେ ମତଦେଇ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ତିନି ରଥ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବା ବେଳେ ଗତବର୍ଷ ର ୫୧ ଖଣ୍ଡ କାଠ ବଳି ଥିବାରୁ ଆଉ ୮୧୪ ଖଣ୍ଡ କାଠ ଆବଶ୍ୟକ ରହିଛି। ଇତି ମଧ୍ୟରେ ୩୨୬ ଖଣ୍ଡ କାଠ ପ୍ରାପ୍ତ ହୋଇଛି। ଏହି କାଠଗୁଡିକୁ ପର୍ଯ୍ୟାୟ କ୍ରମେ ଜଙ୍ଗଲ ବିଭାଗ ଯୋଗାଉଛନ୍ତି ବୋଲି ସେ ସୂଚନା ଦେଇଥିଲେ।

ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ଟ୍ରେନ ଚଳାଚଳ ବ୍ୟବସ୍ଥା, ରଥଯାତ୍ରାର ସିଧାସଳଖ ପ୍ରସାରଣ ବ୍ୟବସ୍ଥା, ଯାତ୍ରୀ ସୁବିଧା ପାଇଁ ଅସ୍ଥାୟୀ ସୂଚନା କେନ୍ଦ୍ର ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ବେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଆୟୁକ୍ତ ଶ୍ରୀ ପରମେଶ୍ୱରନ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀଜଗନ୍ନାଥ ବନ ପ୍ରକଳ୍ପ ମାଧ୍ୟମରେ ରଥକାଠର ସ୍ଥିତି, ରାସ୍ତା ନିର୍ମାଣ ଓ ମରାମତି, ପୁରୀ ମୁଖ୍ୟ ଚିକିତ୍ସାଳୟରେ ବର୍ଣ୍ଣ ୟୁନିଟ ଓ ବର୍ଣ୍ଣ ୱ୍ବାଡ ଖୋଲିବା, ଡାକ୍ତର ଓ ଅନ୍ୟ କର୍ମଚାରୀ ନିଯୁକ୍ତି, ପରିମଳ ବ୍ୟବସ୍ଥା, ଡ୍ରେନ ମରାମତି ଓ ସଫା, ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ, ରେଳ ବିଭାଗ ଟ୍ରେନ ଚଳାଚଳ ସମ୍ପର୍କରେ ସହରର ବିଭିନ୍ନ ଏଲଇଡି ସ୍କ୍ରିନ ମାଧ୍ୟମରେ ସୂଚନା ପ୍ରଦାନ କରିବା, ଆଇନ ଅମାନ୍ୟ କରୁଥିବା ଅଟୋଗୁଡିକର ଧରପଗଡ କରିବା ସମ୍ପର୍କରେ ସଦସ୍ୟମାନେ ମତାମତ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ଆରକ୍ଷୀ ମହାନିରୀକ୍ଷକ ପ୍ରବୀଣ କୁମାର, ଓରମାସର ମୁଖ୍ୟ ନିର୍ବାହୀ ଅଧିକାରୀ ଚକ୍ରବର୍ତ୍ତୀ ସିଂ ରାଠୋର, ଏସ୍‌ପି ବିନୀତ ଅଗ୍ରୱାଲ, ରେଳବାଇ ଏସ୍‌ପି ବିବେକାନନ୍ଦ ଶର୍ମା, ଦେବୋତ୍ତର କମିଶନର ଲଲାଟେନ୍ଦୁ ଜେନା, ଦୂରଦର୍ଶନ ଉପ ମହାନିର୍ଦ୍ଦେଶକ ନରସିଂହ ଜେଠୀ, ଗୃହ ଓ ପୌର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଜନସୱାସ୍ଥ୍ୟ ନିର୍ଦ୍ଦେଶକ ଡା ନିଳକଣ୍ଠ ମିଶ୍ର, ଅଗ୍ନିଶମ ମୁଖ୍ୟ ସେବା ଅଧିକାରୀ ରମେଶ ଚନ୍ଦ୍ର ମାଝୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଶ୍ରୀମନ୍ଦିର ସେବାୟତ, ବିଶିଷ୍ଟ ବ୍ୟକ୍ତି, ଗଣମାଧ୍ୟମ ପ୍ରତିନିଧି, ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅତିରିକ୍ତ ଜିଲାପାଳ ରାଜସ୍ବ ଡ. ଶରତ ଚନ୍ଦ୍ର ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଆରଡିସିଙ୍କ ନିର୍ଦ୍ଦେଶ କ୍ରମେ ସୂଚନା ଓ ଲୋକ ସମ୍ପର୍କ ଉପନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ଏଜେଣ୍ଡା ଅନୁସାରେ ବୈଠକ ପରିଚାଳନା କରିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ ପ୍ରଶାସନ ନିଳମାଧବ ଭୋଇ, ଜଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ସହଦେବ ସାହୁ, ଜିଲାସ୍ତରୀୟ ଅଧିକାରୀ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇ ଆଲୋଚନାରେ ଅଶଂଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri