Posted inଖେଳ

ପ୍ରଥମ ଦିନ ଭାରତ, ଲେବାନନ୍‌ ବିଜୟୀ

ଭୁବନେଶ୍ୱର, ୧୦ା୬(ସ୍ପୋଟର୍‌ସ ବ୍ୟୁରୋ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଯାଇଛି ଇଣ୍ଟର କଣ୍ଟିନେଣ୍ଟାଲ କପ୍‌ ଫୁଟବଲ ଟୁର୍ନାମେଣ୍ଟ। ପ୍ରଥମ ଦିନର ଖେଳରେ ଭାରତ ଓ ଲେବାନନ୍‌ ବିଜୟୀ ହୋଇଛନ୍ତି। ଭାରତ ୨-୦ରେ ମଙ୍ଗୋଲିଆକୁ ଏବଂ ଲେବାନନ ୩-୧ରେ ଭାନୁଆଟୁକୁ ପରାସ୍ତ କରିଥିଲା। ଭାରତୀୟ ଜାତୀୟ ଫୁଟବଲ ଦଳ ପ୍ରଥମ ଥର ପାଇଁ କଳିଙ୍ଗ ଷ୍ଟାଡିୟମରେ ଖେଳୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରିଥିଲେ। ଭାରତ ଓ ମଙ୍ଗୋଲିଆ ଦଳର ଖେଳାଳିଙ୍କ ସହିତ ମୁଖ୍ୟମନ୍ତ୍ରୀ ପରିଚୟ ହେବା ସହିତ ଶୁଭେଚ୍ଛା ଜଣାଇଥିଲେ। ଏହା ବ୍ୟତିତ ସର୍ବଭାରତୀୟ ଫୁଟବଲ ମହାସଂଘ ସଭାପତି କଲ୍ୟାଣ ଚୌବେ ଓ ମହାସଚିବ କଲ୍ୟାଣ ଚୌବେ ମଧ୍ୟ ଉପସ୍ଥିତ ଥିଲେ।
ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଖେଳା ଯାଇଥିବା ମ୍ୟାଚକୁ ଘରୋଇ ଦଳ ୨-୦ରେ ଜିତି ନେଇଛି। ଭାରତ ପକ୍ଷରୁ ସହଲ ଅବଦୁଲ ସମଦ ଓ ଲାଲ୍ଲିଆଞ୍ଜୁଲା ଛାଙ୍ଗଟେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ଭାରତୀୟ ଅଧିନାୟକ ସୁନୀଲ ଛେତ୍ରୀ ଓ ଉଦାନ୍ତାଙ୍କ କମ୍ବିନେଶନ ଚମତ୍କାର ପ୍ରଦର୍ଶନ କରିଥିଲେ। ମ୍ୟାଚ୍‌ର ଦ୍ୱିତୀୟ ମିନିଟରେ ହିଁ ଭାରତ ପ୍ରଥମ ଗୋଲ ସ୍କୋର କରିଥିଲା। ଅନିରୁଦ୍ଧ ଥାପାଙ୍କ ପକ୍ଷରୁ ମିଳିଥିବା ପାଶ୍‌କୁ ଏକ ଶକ୍ତିଶାଳୀ କ୍ରସ୍‌ ସହିତ ଗୋଲରେ ପରିଣତ କରିଥିଲେ ସହଲ ଅବଦୁଲ ସମଦ। ଅନ୍ତର୍ଜାତୀୟ ଫୁଟବଲରେ ଏହା ତାଙ୍କର ତୃତୀୟ ଗୋଲ୍‌। ଏହାର ୧୦ ମିନିଟ ମଧ୍ୟରେ ଭାରତ ପାଇଁ ଦ୍ୱିତୀୟ ଗୋଲ ଦେଇଥିଲେ ଲାଲ୍ଲିଆଞ୍ଜୁଲା ଛାଙ୍ଗଟେ। ଅନିରୁଦ୍ଧ ଥାପା ଓ ସନ୍ଦେଶ ଝିଙ୍ଗନ ମିଡ ଫିଲ୍ଡରେ ଚମତ୍କାର ପ୍ରଦର୍ଶନ କରି ଗୋଲ ସ୍କୋର ସୁଯୋଗ ସୃଷ୍ଟି କରିଥିଲେ। ଏହାକୁ ଗୋଲରେ ପରିଣତ କରିବା ସହିତ ଭାରତକୁ ୨-୦ରେ ଆଗୁଆ କରିଥିଲେ ଛାଙ୍ଗଟେ। ମଙ୍ଗୋଲିଆ ଖେଳାଳି ଗୋଲ୍‌ ପରିଶୋଧ ପାଇଁ ଉଦ୍ୟମ କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ଏହି ବିଜୟ ସହ ଭାରତ ୩ ପଏଣ୍ଟ ପାଇ ପ୍ରଥମ ସ୍ଥାନରେ ରହିଛି। ସେହିଭଳି ପ୍ରଥମ ମ୍ୟାଚ୍‌ରେ ଲେବାନନ ୩-୧ ଗୋଲରେ ଭାନୁଆଟୁକୁ ପରାସ୍ତ କରିଥିଲା। ଲେବାନନ ପକ୍ଷରୁ ନାଦେର ମାତର(୫୯ ମିନିଟ), ହସନ କୌରାନି(୭୨ ମିନିଟ) ଓ କରିମ ଡାରଓ୍ବିଚ(୮୫ ମିନିଟ) ଗୋଟିଏ ଲେଖାଏ ଗୋଲ ଦେଇଥିବା ବେଳେ ଜନ୍‌ ଓହେଲ ୬୨ ତମ ମିନିଟରେ ଭାନୁଆଟୁ ପକ୍ଷରୁ ଏକମାତ୍ର ଗୋଲଟି ପରିଶୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri