ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇସାରିଛି। ଇତିମଧ୍ୟରେ ଟିକା ଯୋଗୁ ପ୍ରଥମ ମୃତ୍ୟୁ ହୋଇଥିବା ମାମଲା ସାମ୍ନାକୁ ଆସିଛି। କରୋନା ଟିକାକରଣ ପରେ ସାମ୍ନାକୁ ଆସିଥିବା ୩୧ଟି ଗୁରୁତର ମାମଲାକୁ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରଣାଳୟର ସରକାରୀ ପ୍ୟାନେଲ ଦ୍ୱାରା ଯାଞ୍ଚ କରାଯାଇଥିଲା। ତେବେ ସେଥିମଧ୍ୟରୁ ଜଣଙ୍କ ମୃତ୍ୟୁ ଟିକାକରଣ ଯୋଗୁ ହୋଇଛି ବୋଲି ସୁନିଶ୍ଚିତ କରାଯାଇଛି। ସୂଚନା ମୁତାବକ ମାର୍ଚ୍ଚ ୮ରେ କରୋନା ଟିକା ନେଇଥିବା ଜଣେ ୬୮ ବୟସ୍କ ବ୍ୟକ୍ତିଙ୍କ ଆନାଫିଲେକ୍ସିସ୍‌ ଯୋଗୁ ମୃତ୍ୟୁ ହୋଇଥିବା ନେଇ ସରକାରୀ ପ୍ୟାନେଲ ସ୍ପଷ୍ଟ କରିଛି। ଦେଶରେ କରୋନା ଟିକାକରଣଜନିତ ପାଶର୍‌ବପ୍ରତିକ୍ରିୟା ଗୁଡ଼ିକ ଉପରେ ନଜର ରଖିବା ପାଇଁ ସରକାରଙ୍କ ପକ୍ଷରୁ ଆଡଭର୍ସ ଇଭେଣ୍ଟ ଫଲୋଇଙ୍ଗ୍‌ ଇମ୍ୟୁନାଇଜେସନ(ଏଇଏଫ୍‌ଆଇ) କମିଟି ଗଠନ କରାଯାଇଛି। ତେବେ ଏଇଏଫ୍‌ଆଇ ଟିକାକରଣ ପରେ ସାମ୍ନାକୁ ଆସିଥିବା ୩ଟି ଅତି ଗୁରୁତର ପାଶର୍‌ବପ୍ରତିକ୍ରିୟା ମାମଲାର ଯାଞ୍ଚ କରିଥିଲା। ଅନ୍ୟ ୨ଜଣ ବ୍ୟକ୍ତି ଟିକା ନେବା ପରେ ଅସୁସ୍ଥ ହୋଇପଡ଼ିଥିଲେ। ତେବେ ହସ୍ପିଟାଲରେ ଚିକିତ୍ସିତ ହେବା ପରେ ସେମାନେ ସୁସ୍ଥ ହୋଇଯାଇଥିବା ବେଳେ ତୃତୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri