ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜଧାନୀରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ ଅଭିଯୋଗ । ମୃତକ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହୋଇଥିବା ସୂଚନା ମିଳିଛି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।