ବାଲେଶ୍ୱରରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବାଲେଶ୍ୱର ଅଫିସ, ୩୧।୭: ବାଲେଶ୍ୱର ଜିଲାରେ ପ୍ରଥମେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୋଇଥିବା ସ୍ବତନ୍ତ୍ର ଡେଙ୍ଗୁ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ରେମୁଣା ଗୋଲେଇ ଅଞ୍ଚଳରେ ପରିବାର ସହ ଭଡ଼ାଘରେ ରହୁଥିବା ଜଣେ ୩୦ ବର୍ଷୀୟା ମହିଳା ଭୁବନେଶ୍ୱର ଶୈଳଶ୍ରୀ ବିହାର ନିକଟ ଇନଫୋସିଟି ଅଞ୍ଚଳରେ ରହି କାମ କରନ୍ତି। ତାଙ୍କୁ ଜ୍ୱର ହେବାରୁ ଗତ ୪ଦିନ ପୂର୍ବରୁ ସେ ବାଲେଶ୍ୱର ପଳାଇ ଆସିଥିଲେ। ଗୁରୁବାର ତାଙ୍କର କୋଭିଡ୍‌ ଓ ଡେଙ୍ଗୁ ପରୀକ୍ଷା କରାଯାଇଥିଲା। ରିପୋର୍ଟରେ କୋଭିଡ୍‌ ନେଗେଟିଭ୍‌ ଆସିଥିବା ବେଳେ ଡେଙ୍ଗୁ ପଜିଟିଭ୍‌ ଆସିଥିଲା। ତାଙ୍କୁ ସ୍ବତନ୍ତ୍ର ଡେଙ୍ଗୁ ଚିକିତ୍ସା ବିଭାଗରେ ରଖାଯାଇ ଚିକିତ୍ସା କରାଯାଉଛି। ଏନେଇ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ଶଶାଙ୍କ ଚୌଧୁରୀ କହନ୍ତି, ଜିଲାରେ ସମସ୍ତ କୋଭିଡ୍‌ କେୟାର ସେଣ୍ଟର ଓ ମେଡିକାଲରୁ ୯୨୬ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ଜଣଙ୍କୁ ଛାଡ଼ି ବାକି ୯୨୫ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଡେଙ୍ଗୁ ଆଶଙ୍କା ନେଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ୱାର୍ଡ଼ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri