Posted inଜାତୀୟ

୧୩ ଅଗଷ୍ଟରେ ପ୍ରଥମ ଡିଜିଟାଲ ଲୋକ ଅଦାଲତ…

ନୂଆଦିଲ୍ଲୀ,୬।୮ : ଭାରତର ପ୍ରଥମ ସମ୍ପୂର୍ଣ୍ଣ ଡିଜିଟାଲ ଲୋକ ଅଦାଲତ ୧୩ ଅଗଷ୍ଟରେ ରାଜସ୍ଥାନ ରାଜ୍ୟ ଆଇନ ସେବା ପ୍ରାଧିକରଣ ଏବଂ ମହାରାଷ୍ଟ୍ର ରାଜ୍ୟ ଆଇନ ସେବା ପ୍ରାଧିକରଣ ଦ୍ୱାରା ଆୟୋଜିତ ହେବ। ଲୋକ ଅଦାଲତର ଡିଜିଟାଇଜେଶନ ଦ୍ୱାରା ସାଧାରଣ ଲୋକେ ନିଜ ଘରେ ବସି ସହଜରେ ନ୍ୟାୟ ପାଇପାରିବେ। ଦେଶର ବିଭିନ୍ନ ଅଦାଲତରେ ବଢୁଥିବା ବିଚାରାଧିନ ମାମଲାର ସଂଖ୍ୟାକୁ ନେଇ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଭାରତୀୟ ନ୍ୟାୟିକ ବ୍ୟବସ୍ଥାର ଇତିହାସରେ ଏକ ମାଇଲଖୁଣ୍ଟ ଭାବେ ପ୍ରମାଣିତ ହେବ।

ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ୧୮ ତମ ଅଲ ଇଣ୍ଡିଆ ଆଇନ ସେବା ପ୍ରାଧିକରଣ ବୈଠକରେ ଭାରତର ପ୍ରଥମ ଏଆଇ ଚାଳିତ, ଆଧୁନିକ ଡିଜିଟାଲ ଲୋକ ଅଦାଲତ ନାଲସାର ଚେୟାରମ୍ୟାନ ୟୁୟୁ ଲଲିତଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା। ପରେ ଏହା ମହାରାଷ୍ଟ୍ରରେ ମଧ୍ୟ ଆରମ୍ଭ କରାଯାଇଥିଲା। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ସହିତ ପରିଚାଳିତ ଏହି କୋର୍ଟ ହେଉଛି ପ୍ରଥମ କୋର୍ଟ । ୟୁପିଟି ଜଷ୍ଟିସ ଟେକ୍ନୋଲୋଜି ଦ୍ୱାରା ଡିଜିଟାଲ ଲୋକ ଅଦାଲଟ ଡିଜାଇନ ଏବଂ ବିକଶିତ ହୋଇଛି। ଏହି ଡିଜିଟାଇଜେଶନ କେବଳ ଏହାର ବ୍ୟାକ-ଏଣ୍ଡ ପ୍ରଶାସନିକ କାର୍ଯ୍ୟକୁ ସହଜ କରିବାରେ ସାହାଯ୍ୟ କରିବ ନାହିଁ, ବରଂ ସାଧାରଣ ଲୋକଙ୍କ ପାଇଁ ମଧ୍ୟ ଲାଭଦାୟକ ହେବ।

ଜଷ୍ଟିସ ଟେକ୍ନୋଲୋଜି ପ୍ରତିଷ୍ଠାତା ତଥା ସିଇଓ ରମଣ ଅଗ୍ରୱାଲ କହିଛନ୍ତି ଯେ ଡିଜିଟାଲ ଲୋକ ଅଦାଲତ ଦ୍ୱାରା ମହାରାଷ୍ଟ୍ର ଏବଂ ରାଜସ୍ଥାନର ପ୍ରି-ଟ୍ରାଏଲ ପର୍ଯ୍ୟାୟରେ ବିଚାରାଧୀନ ବିବାଦର ଶୀଘ୍ର ଏବଂ ଦକ୍ଷତାର ସହ ସମାଧାନ ହେବ। ଅନଲାଇନ ସେବା ସହିତ ଲୋକ ଅଦାଲତର ପ୍ରଶାସନିକ କାର୍ଯ୍ୟ କମ୍‌ ଖର୍ଚ୍ଚରେ ହେବା ସହିତ ପ୍ରକ୍ରିୟାରେ ଜଡିତ ସମସ୍ତ ହିତାଧିକାରୀଙ୍କ ପାଇଁ ଦକ୍ଷତା, ସୁବିଧା ଏବଂ ସ୍ବଚ୍ଛତା ମଧ୍ୟ ସୁନିଶ୍ଚିତ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?