୨୩ରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୭(ଶୁଭାଶିଷ ପାଢୀ):ଆସନ୍ତା ୨୩ ତାରିଖ ରବିବାର ସକାଳ ୯ଟାରେ ହୀରାକୁଦ ଡ୍ୟାମ୍‌ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଡ୍ୟାମ୍‌ କର୍ତ୍ତୃପକ୍ଷ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦେଇଛନ୍ତି। ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ତେଣୁ ଗେଟ୍‌ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତେବେ ୨୩ରେ କେତୋଟି ଗେଟ୍‌ ଖୋଲାଯିବ ସେ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଠିକ୍‌ ସୂଚନା ଦେଇନାହାନ୍ତି। ପ୍ରତିବର୍ଷ ଭଳି ଚଳିତବର୍ଷ ୭ ନମ୍ବର ସ୍ଲୁଇସ ଗେଟ୍‌ ଖୋଲାଯିବା ଆଶା କରାଯାଉଛି। ଗେଟ୍‌ ଖୋଲାଗଲେ ହୀରାକୁଦ ଡ୍ୟାମ୍‌ ତଳମୁଣ୍ଡରେ ମହାନଦୀର ଜଳସ୍ତର ବୃଦ୍ଧି ପାଇବା ସହିତ ଏହାର ଶାଖା ନଦୀଗୁଡ଼ିକର ଜଳସ୍ତର ମଧ୍ୟ ବୃଦ୍ଧି ପାଇବ। ତେଣୁ ତଳମୁଣ୍ଡରେ ବସବାସ କରୁଥିବା ଲୋକେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। କୌଣସି ଦୁର୍ଘଟଣା ଘଟିଲେ ବନ୍ଧ କର୍ତ୍ତୃପକ୍ଷ ଦାୟୀ ରହିବେ ନାହିଁ ବୋଲି ନୋଟିସ ଜାରି କରିଛନ୍ତି। ସୂଚନାଯୋଗ୍ୟ, ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ରହିଛି ା ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ଜଳସ୍ତର ୬୧୨ ଫୁଟ୍‌ ରହିଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୦ ହଜାର ୧୪୭ ଘନଫୁଟ୍‌ ଜଳ ପ୍ରବେଶ କରୁଥିବା ବେଳେ ପ୍ରାୟ ୩୯ ହଜାର ୮୪୨ ଘନଫୁଟ୍‌ ଜଳ ନିଷ୍କାସିତ ହେଉଛି। ଆଗକୁ ପୁଣି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ବଢିବାରେ ଲାଗିଥିବାରୁ ବନ୍ୟାଜଳ ନିଷ୍କାସନ କରାଯାଇ ଜଳ ପରିଚାଳନା କରାଯିବ ବୋଲି କୁହାଯାଇଛି। ପ୍ରକାଶଥାଉ କି ୨୦୨୨ରେ ଜୁଲାଇ ୧୮ ଓ ୨୦୨୧ରେ ଜୁଲାଇ ୧୧ ତାରିଖରେ ବନ୍ୟାଜଳ ନିଷ୍କାସନ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri