ଜେଏସ୍‌ପିକୁ ପ୍ରଥମ ସ୍ବତନ୍ତ୍ର ବିଆଇଏସ୍‌ ଲାଇସେନ୍ସ

ଭୁବନେଶ୍ୱର,୨୧।୩: ଦେଶର ଅଗ୍ରଣୀ ଇସ୍ପାତ ନିର୍ମାତା ‘ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର’ (ଜେଏସ୍‌ପି)କୁ ନିକଟରେ ସ୍ବତନ୍ତ୍ର ବିଆଇଏସ୍‌ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ବିଶେଷକରି କମ୍ପାନୀର ଛତିଶଗଡ଼ ରାଇଗଡସ୍ଥିତ ରେଳ ମିଲ୍‌ ଏବଂ ସ୍ପେଶାଲ ପ୍ରୋଫାଇଲ୍‌ ମିଲ୍‌ରେ ଭାରତର ପ୍ରଥମ ଅଗ୍ନି ପ୍ରତିରୋଧକ ଷ୍ଟିଲ୍‌ ନିର୍ମାଣ ପାଇଁ ଉକ୍ତ ପ୍ରମାଣପତ୍ର ଦିଆଯାଇଛି। ଏପରିକି ବିଆଇଏସ୍‌ ୧୫୧୦୩ ଗ୍ରେଡ ଅନୁଯାୟୀ ନିର୍ମିତ ହଟ୍‌ ରୋଲ୍‌ ଷ୍ଟ୍ରକଚରାଲ୍‌ ଷ୍ଟିଲ୍‌ ଉଚ୍ଚ ତାପମାତ୍ରା କିମ୍ବା ଅଗ୍ନିପ୍ରବଣ ଅଞ୍ଚଳ ପାଇଁ ବ୍ୟବହୃତ ହୋଇପାରିବ। ଫଳରେ ଏହା ସର୍ବାଧିକ ୩ ଘଣ୍ଟା ପର୍ଯ୍ୟନ୍ତ ୬୦୦ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରାକୁ ସହ୍ୟ କରିପାରିବ। ସେହିଭଳି ଇସ୍ପାତ ଷ୍ଟ୍ରକ୍‌ଚର ଡିଜାଇନରେ ଅଗ୍ନି ସୁରକ୍ଷା ଏକ ଚ୍ୟାଲେଞ୍ଜ ହୋଇଥିବା ବେଳେ ଅଗ୍ନି ପ୍ରତିରୋଧକ ଇସ୍ପାତର ଉପଲବ୍ଧତା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଯଥା ରିଫାଇନାରୀ, ବ୍ରିଜ୍‌, ମେଟ୍ରୋ ପ୍ରୋଜେକ୍ଟ, ଇଣ୍ଡଷ୍ଟ୍ରିଆଲ୍‌ ଷ୍ଟ୍ରକଚର ଏବଂ ଷ୍ଟିଲ୍‌ ଆଣ୍ଡ ପାୱାର ପ୍ଲାଣ୍ଟ ତଥା ଡାକ୍ତରଖାନା, ବାଣିଜି୍ୟକ ଏବଂ ଆବାସିକ ଅଟ୍ଟାଳିକାର ଡିଜାଇନ ତଥା ନିର୍ମାଣରେ ସହାୟକ ହେବ। ଏ ସମ୍ପର୍କରେ ଜେଏସପିର ଏମଡି ବିମଳେନ୍ଦ୍ର ଝା କହିଛନ୍ତି, ଅଗ୍ନି ପ୍ରତିରୋଧକ ଷ୍ଟିଲ ଉତ୍ପାଦନ ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରକୁ ଦିଆଯାଇଥିବା ଲାଇସେନ୍ସ ଭାରତର ଭିତ୍ତିଭୂମି ତଥା ଏହାର ସୁରକ୍ଷା ମାନକୁ ଦୃଢ଼ କରିବାରେ ସହାୟକ ହେବ। ଉଲ୍ଲେଖଯୋଗ୍ୟ ନୂଆଦିଲ୍ଲୀର ବାଣିଜ୍ୟ ଭବନଠାରେ ଆୟୋଜିତ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ ଅବସରରେ ବିଏସ୍‌ ସାର୍ଟିଫିକେଟ୍‌ ପାଇଁ ଏକ ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରକୁ ଉକ୍ତ ଲାଇସେନ୍ସ ଆନୁଷ୍ଠାନିକ ଭାବେ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri