ପ୍ରଥମେ କଂଗ୍ରେସ, ପରେ ଭାଜପା ସହ ଲଢ଼େଇ ହେବ: ଦେବାଶିଷ

କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ତେବେ ଓଡ଼ିଶାରେ ଭାଜପା ସରକାର ଗଢ଼ିବାକୁ ମୋଦି ଗ୍ୟାରେଣ୍ଟି ପରି ଭାଜପା ନୂଆ ସ୍ଲୋଗାନ ଦେଇଥିବାବେଳେ ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହାତ ମିଳାଇଥିଲେ। ଏହି ଫଟୋ ସାମାଜିକ ଗଣମାଧ୍ୟମରେ ବେଶ୍‌ ଭାଇରାଲ ହୋଇଥିଲା। ଅନ୍ୟପଟେ କଂଗ୍ରେସ ରାଜ୍ୟ ପ୍ରଭାରୀ ଡ. ଅଜୟ କୁମାର ଶନିବାର ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କ ଆବାସିକ କାର୍ଯ୍ୟାଳୟକୁ ଆସି ବିଜେଡି ଓ ଭାଜପାର ସମ୍ପର୍କ ନେଇ ପ୍ରଶ୍ନ ଉଠାଇଥିଲେ। ବିଜେଡି ଓ ଭାଜପା ଉଭୟ ଦଳ କେବଳ ସାମ୍ନାରୁ ପ୍ରତିଦ୍ବନ୍ଦ୍ୱୀ ଭାବେ ପରସ୍ପରକୁ ଆକ୍ଷେପ କରୁଛନ୍ତି ନାଁ ବାସ୍ତବରେ ପରସ୍ପରର ପ୍ରତିଦ୍ବନ୍ଦୀ ସେ ନେଇ ସାଧାରଣରେ ପ୍ରଶ୍ନ ଉଠୁଛି। ଏପରିକି ଉଭୟ ଦଳର ସମ୍ପର୍କ କଂଗ୍ରେସକୁ ବିଜୟୀ କରାଇବ ଓ ଖାସ୍‌ କରି କଟକରେ କଂଗ୍ରେସର ପ୍ରଦର୍ଶନ ପୂର୍ବପରି ରହିବ ବୋଲି ପ୍ରଭାରୀ ଅଜୟ କୁମାର କହିଥିଲେ।
ବିଜେଡି ଜିଲା ସଭାପତି ଦେବାଶିଷ ସାମନ୍ତରାୟଙ୍କୁ ପଚାରିବାରୁ ସେ କହିଛନ୍ତି, ଭାଜପା ଯେକୌଣସି ପ୍ରକାରର ସ୍ଲୋଗାନ ଦେଲେ ଓଡିଶାବାସୀ ତାହାକୁ ସ୍ବୀକାର କରି ନାହାଁନ୍ତି, କି କରିବେ ନାହିଁ। ଗତ ନିର୍ବଚନ ସମୟରେ ମିଶନ ୧୨୦ କହିଥିଲେ, ହେଲେ ତାହା ୨୦ ଭଳିଆ ରହିଗଲେ। ଓଡ଼ିଶାବାସୀ କେବଳ ଗୋଟିଏ ସ୍ଲୋଗାନ ଜାଣିଛନ୍ତି, ତାହା ହେଉଛି ନବୀନ ମନ୍ତ୍ର, ଯାହାର ସୁବିଧା ଘରେ ଘରେ ଓଡ଼ିଶାବାସୀ ପାଉଛନ୍ତି ଏବଂ ସେଥିପାଇଁ ଆଜି ନବୀନ ଓଡ଼ିଶାରେ ପରିଣତ ହୋଇଛି। ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ ଏବଂ ବିଜେଡି ୧୩୦ ବିଧାୟକ ସିଟ୍‌ ଜିତିବା ସୁନିଶ୍ଚିତ। ଅନ୍ୟପଟେ କଂଗ୍ରେସର ଯେଉଁ ଅଭିଯୋଗ ରହିଛି ତାହା ଭିତ୍ତିହୀନ। ଗୋଟିଏ ସରକାରୀ କାର୍ଯ୍ୟକ୍ରମରେ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ସେଠାରେ କୌଣସି ରାଜନୈତିକ ଟିପ୍ପଣୀ ଦେବା ଉଚିତ ନ ଥିଲା, ଯାହାକି ଉଭୟ କରି ଦେଖାଇଛନ୍ତି। ଯେବେ ରାଜନୈତିକ ମଞ୍ଚରେ ଉଭୟ ରହିବେ ସେବେ ନିଜ ନିଜ ଶକ୍ତି ପ୍ରଦର୍ଶନ କରିବେ। ସରକାରୀ କାର୍ଯ୍ୟକ୍ରମକୁ ରାଜନୈତିକ ରୂପ ଦେବା କଂଗ୍ରେସ ପ୍ରତି ଶୋଭା ପାଉନି। ଏସବୁ ଯୋଗୁ କଂଗ୍ରେସର ସ୍ଥିତି ଓଡ଼ିଶାରେ ନାହିଁ ବୋଲି ସ୍ପଷ୍ଟ କରାଉଛି। ଅନ୍ୟପଟେ ନିର୍ବାଚନ ନେଇ ସେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ଏବଂ କଟକରେ ବିଜେଡି ଖୁବ ଭଲ ପ୍ରଦର୍ଶନ କରିବ ବୋଲି ଆଶା ଓ ବିଶ୍ୱାସ ରହିଛି ବୋଲି ଦେବାଶିଷ କହିଛନ୍ତି। ବାରବାଟୀ-କଟକ ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଥମେ କଂଗ୍ରେସ ଓ ପରେ ଭାଜପା ସହ ଲଢ଼େଇ ହେବ ବୋଲି ଦେବାଶିଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri