ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି, ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଜକୁ ପରିବର୍ତ୍ତନ କରିଥାଏ…

ରୋମ/ନୂଆଦିଲ୍ଲୀ,୨୯।୧୧: କରୋନା ମହାମାରୀର ଦକ୍ଷିଣ ଆଫ୍ରିକାରେ ମିଳିଥିବା ନୂଆ ଭାରିଆଣ୍ଟ ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି କରାଯାଇଛି। କରୋନାର ଅନ୍ୟ ଭାରିଆଣ୍ଟ ତୁଳନାରେ ଓମିକ୍ରନ୍‌ ନିଜକୁ ଅଧିକ ପରିବର୍ତ୍ତନ କରିଥାଏ। ଏହାର ୩୦ ପ୍ରକାର ମ୍ୟୁଟେଶନ ରୂପ ରହିଛି ବୋଲି ଇଟାଲୀର ରାଜଧାନୀ ରୋମର ବମ୍ବିନୋ ଗେସୁ ହସ୍ପିଟାଲ ଚିତ୍ର ଆଧାରରେ ଏହି ସୂଚନା ପ୍ରଦାନ କରାଯାଇଛି।

ଗବେଷକ କହିଛନ୍ତି ଯେ ଚିତ୍ରରେ ସ୍ପଷ୍ଟ ଭାବରେ ଜଣାପଡୁଛି ଯେ ଡେଲ୍ଟା ଭାରିଆଣ୍ଟ ତୁଳନାରେ ଓମିକ୍ରମ ଅଧିକ ପରିବର୍ତ୍ତନଶୀଳ। ଏହା ପ୍ରୋଟିନର ଶୀର୍ଷରେ ରହିଥାଏ। ଯାହା ମାନବ କୋଷ ସହିତ ସହଜରେ ଯୋଗାଯୋଗ କରିବାକୁ ସକ୍ଷମ ହୋଇପାରିଥାଏ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି, ପ୍ରାଥମିକ ପ୍ରମାଣରୁ ଜଣାପଡିଛି ଯେ ଯେଉଁମାନେ ପୂର୍ବରୁ ସଂକ୍ରମିତ ହୋଇଥିଲେ ସେମାନେ ଓମିକ୍ରନ ଦ୍ୱାରା ପୁନର୍ବାର କରୋନାରେ ଆକ୍ରାନ୍ତ ହେବାର ଆଶଙ୍କା ଅଧିକ। ଏହା ସହଜରେ ଏଭଳିି ଲୋକଙ୍କୁ ସଂକ୍ରମିତ କରିବାକୁ ସକ୍ଷମ।

ଡେଲ୍ଟା ଏବଂ ଅନ୍ୟ କରୋନା ଭାରିଆଣ୍ଟ ଅପେକ୍ଷା ’ଓମିକ୍ରନ’ କେତେ ଅଧିକ ଟ୍ରାନ୍ସମିଶିବୁଲ। ଅର୍ଥାତ୍‌ ଜଣେବ୍ୟକ୍ତିଙ୍କଠାରୁ ଅନ୍ୟକୁ ସହଜରେ ସଂକ୍ରମିତ ହେବ ସେ ନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବର୍ତ୍ତମାନ ପାଇଁ ଏହାର ଚିହ୍ନଟ ଆର୍‌ଟି-ପିସିଆର୍‌ ପରୀକ୍ଷା ଦ୍ୱାରା ହୋଇପାରିବ। ତେବେ ପରବର୍ତ୍ତୀ ମ୍ୟୁଟେଶନ କ୍ଷେତ୍ରରେ ଏହି ପରୀକ୍ଷା କେତେଦୂର ଉପଯୋଗୀ ହେବ ତାହା ସମୟ ହିଁ କହିବ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି।

ବିଶ୍ୱସ୍ବାସ୍ଥ୍ୟ ସଂଗଠନ କହିଛି ଯେ କରୋନା ଟିକାର ପ୍ରଭାବ ଓମିକ୍ରନ ଉପରେ କେତେକ ଦୂର ପଡ଼ିବ ତାହା ଅଧିକ ପରୀକ୍ଷା ନିରୀକ୍ଷା ପରେ ଜଣାପଡ଼ିବ।

ଦକ୍ଷିଣ ଆଫ୍ରିକାରେ ଡାକ୍ତରଖାନାରେ ଲୋକଙ୍କ ଭର୍ତ୍ତି ହେବା ସଂଖ୍ୟା ବୃଦ୍ଧି ପାଇଛି। କିନ୍ତୁ ’ଓମିକ୍ରନ’ ଯୋଗୁୁ ନୁହେଁ ବରଂ ସଂକ୍ରମିତ ଲୋକଙ୍କ ସଂଖ୍ୟା ବୃଦ୍ଧି ଲାଗି ଏହା ଏଭଳି ହୋଇଥାଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି। ଓମିକ୍ରନ ଭାରିଆଣ୍ଟଗୁଡିକର ବିପଜ୍ଜନକ ସ୍ଥିତି ସମ୍ପର୍କରେ ଜାଣିବା ଲାଗି କିଛି ଦିନରୁ ଆରମ୍ଭ କରି ବହୁ ସପ୍ତାହ ଲାଗି ଯାଇପାରେ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି।

ଓମିକ୍ରନ ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ଦେଶ ଯଥାସମ୍ଭବ ଉଦ୍ୟମ କରୁଛନ୍ତି। ଏହି କ୍ରମରେ ଦକ୍ଷିଣ ଆଫ୍ରିକାରୁ ବିମାନ ଉଡ଼ାଣ ଉପରେ ପ୍ରତିବନ୍ଧକ ମଧ୍ୟ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri