Posted inଜାତୀୟ

ଭାରତ ଇତିହାସରେ ପ୍ରଥମ: ମୋଦିଙ୍କ କ୍ୟାବିନେଟରେ ନାହାନ୍ତି ମୁସଲମାନ ମନ୍ତ୍ରୀ

ନୂଆଦିଲ୍ଲୀ,୧୧ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ କ୍ୟାବିନେଟ୍‌ରେ ଜଣେ ହେଲେ ମୁସଲମାନଙ୍କୁ ସ୍ଥାନ ମିଳିନାହିଁ। ଭାରତ ଇତିହାସରେ ଏହା ପ୍ରଥମ ଘଟଣା। ୭୨ ଜଣିଆ ମନ୍ତ୍ରିମଣ୍ଡଳରେ ବିଭିନ୍ନ ରାଜ୍ୟ, ବର୍ଗ ଓ ଜାତିରୁ ପ୍ରତିନିଧିତ୍ୱ ମିଳିଥିବାବେଳେ ୨୦ କୋଟି ଜନସଂଖ୍ୟା ଥିବା ମୁସଲମାନ ସମ୍ପ୍ରଦାୟରୁ ଜଣକୁ ସୁଯୋଗ ନ ମିଳିବା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ମୋଦିଙ୍କ ଦ୍ୱିତୀୟ ପାଳି ସରକାରରେ ମୁଖ୍‌ତାର ଆବାସ ନକ୍‌ଭି ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ଥିଲେ। ୩ ବର୍ଷ ପରେ ସେ ରାଜ୍ୟ ସଭାକୁ ପୁନଃ ନିର୍ବାଚିତ ହୋଇ ନ ପାରିବାରୁ ମନ୍ତ୍ରିମଣ୍ଡଳ ମୁସଲମାନ ଶୂନ୍ୟ ହୋଇଯାଇଥିଲା। ୨୦୧୪ରେ ମୋଦିଙ୍କ ପ୍ରଥମ ପାଳି ସରକାରରେ ରାଜ୍ୟ ସଭା ସଦସ୍ୟ ନଜମା ହେପତୁଲ୍ଲା ଏକମାତ୍ର ମୁସଲମାନ ମନ୍ତ୍ରୀ ଥିଲେ। ତାଙ୍କୁ ସଂଖ୍ୟାଲଘୁ ବ୍ୟାପାର ଦାୟିତ୍ୱ ମିଳିଥିଲା। ୧୯୯୯ରେ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାରରେ ୨ ମୁସଲମାନ ମନ୍ତ୍ରୀ ଥିଲେ ଶାହନଓ୍ବାଜ ହୁସେନ୍‌ ଏବଂ ଓମାର ଅବଦୁଲ୍ଲା। ୧୯୯୮ରେ ବାଜପେୟୀ ସରକାରରେ ନକ୍‌ଭିଙ୍କୁ ରାଷ୍ଟ୍ରମନ୍ତ୍ରୀ କରାଯାଇଥିଲା। ୨୦୦୪ ଏବଂ ୨୦୦୯ରେ କଂଗ୍ରେସ ନେତୃତ୍ୱାଧୀନ ଉପା ସରକାରରେ ଯଥାକ୍ରମେ ୪ ଓ ୫ ଜଣ ମୁସଲମାନ ମନ୍ତ୍ରୀ ହୋଇଥିଲେ। ଏହା ପୂର୍ବରୁ ସବୁ ସରକାରରେ ଅନୂ୍ୟନ ଜଣେ ମୁସଲମାନ ମନ୍ତ୍ରୀ ରହୁଥିଲେ। ଅଷ୍ଟାଦଶ ଲୋକ ସଭାକୁ ୨୪ ଜଣ ମୁସଲମାନ ଏମ୍‌ପି ନିର୍ବାଚିତ ହୋଇଛନ୍ତି। ଇଣ୍ଡିଆ ମେଣ୍ଟରୁ ୨୧ ଜଣ ମୁସଲମାନ ଏମ୍‌ପି ଜିତିଥିବାବେଳେ ଏଆଇଏମ୍‌ଆଇଏମ୍‌ରୁ ଜଣେ, ଜମ୍ମୁ-କଶ୍ମୀର ଏବଂ ଲଦାଖରୁ ଜଣେ ଲେଖାଏ ମୁସଲମାନ ଏମ୍‌ପି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?