ଓଡ଼ିଶାରେ ପ୍ରଥମ: ଖୋଲିବ RIR ପାୱର୍‌ ଇଲୋଟ୍ରୋନିକ, ୫୦୦ ଜଣଙ୍କୁ ମିଳବ….

ଭୁବନେଶ୍ୱର,୬।୯: ଓଡ଼ିଶାରେ ପ୍ରଥମ ଥର ପାଇଁ ଆରଆଇଆର ପାୱାର୍‌ ଇଲୋଟ୍ରୋନିକ ଖୋଲିବ । ଖୋର୍ଦ୍ଧା ଇନ୍‌ଫୋଭ୍ୟାଲିରେ ୬୦୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ ଥିବା ଏହି କମ୍ପାନୀ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭୂମିପୂଜନ କରିଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ୫୦୦ କର୍ମଚାରୀଙ୍କୁ ଏହି କମ୍ପାନୀରେ ନିଯୁକ୍ତି ମିଳିବ। ସିଲିକନ କାର୍ବାଇଡ ସହିତ ସେମିକଣ୍ଡକ୍ଟର ଉତ୍ପାଦନ ଏଠି ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶାରେ ବାହାର ଶିଳ୍ପଙ୍କୁ ସୁଯୋଗ ଦିଆଯାଇଛି। ଯାହା ଆଗାମୀ ଦିନରେ ଓଡ଼ିଶାକୁ ଶିଳ୍ପ ହବ କରିବା ପାଇଁ ଲକ୍ଷ ରଖାଯାଇଛି।

ଅନ୍ୟପଟେ ଭଦ୍ରକ ଟେକ୍ସଟାଇଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଂ ବ୍ୟବସ୍ଥା କରାଯାଉଥିବା ନେଇ ଶିଲ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ସୂଚନା ଦେଇଛନ୍ତି । ବିଧାନସଭାରେ ସେ କହିଛନ୍ତି ପାରାଦୀପରେ ଏକ ମେଗା ଫିଡ଼ କ୍ରାକର ପ୍ଲାଣ୍ଟ ହେବ। ଏହି ପ୍ଲାଣ୍ଟର ବାଏ ପ୍ରଡକ୍ଟ ଭଦ୍ରକ ଟେକ୍ସଟାଇଲ ପାର୍କରେ ବ୍ୟବହାର କରାଯିବ। IOCL ସହ ମିଳିତ ଭାବେ ଏହି କାମ ହେବ। ଶୁକ୍ରବାର ବିଧାନସଭାରେ ବିଧାୟକ ସଞ୍ଜୀବ ମଲ୍ଲିଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହା ଶିଳ୍ପ ମନ୍ତ୍ରୀ କହିଛନ୍ତି । ଏଥି ସହିତ ରାଜ୍ୟରେ ଅଧିକ MSME ପାର୍କ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। MSME ୟୁନିଟ ବଢିଲେ ହିଁ ନିଯୁକ୍ତି ସୁଯୋଗ ବଢିବ ବୋଲି ମନ୍ତ୍ରୀ କହିଛନ୍ତି।

ସେହିପରି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋଷଙ୍କ ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି ସ୍ଥାନୀୟ ଅଞ୍ଚଳର ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ପାଇଁ ବିଧାୟକମାନେ କୁହନ୍ତୁ। ଯଦି ପ୍ରଶାସନ ନ ଶୁଣେ, ତେବେ ମୋ ସହ ଆଲୋଚନା କରନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri