Posted inଖେଳ

କ୍ରିକେଟ୍‌ ଇତିହାସରେ ପ୍ରଥମ: ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ରାଚିନ ରବିନ୍ଦ୍ର

ରାଉଲପିଣ୍ଡି,୨୪।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ନ୍ୟୁଜିଲାଣ୍ଡର ବ୍ୟାଟସମ୍ୟାନ ରାଚିନ ରବିନ୍ଦ୍ର ଇତିହାସ ରଚିଛନ୍ତି। ସେ ବିଶ୍ୱକପ ଏବଂ ଚାମ୍ପିଅନ୍ସ ଟ୍ରଫି ଡେବ୍ୟୁ ମ୍ୟାଚ୍‌ରେ ଶତକ ମାରିବାରେ ବିଶ୍ୱର ପ୍ରଥମ ଖେଳାଳି ହୋଇଛନ୍ତି। ଚାମ୍ପିଅନ୍ସ ଟ୍ରଫିରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ରବିନ୍ଦ୍ର ୧୧୨ ରନ କରିଥିଲେ, ଯାହା ଅନ୍ତର୍ଜାତୀୟ କ୍ରିକେଟ୍‌ରେ ତାଙ୍କର ଷଷ୍ଠ ଶତକ। ଏହା ପୂର୍ବରୁ, ସେ ୨୦୨୩ରେ ତାଙ୍କର ଦିନିକିଆ ବିଶ୍ୱକପ ଡେବ୍ୟୁ କରିଥିଲେ ଏବଂ ପ୍ରଥମ ମ୍ୟାଚ୍‌ରେ ହିଁ ଶତକ ମାରିଥିଲେ।
ଏହି ମ୍ୟାଚରେ ପ୍ରଥମେ ଖେଳି ବାଂଲାଦେଶ ନ୍ୟୁଜିଲାଣ୍ଡ ପାଇଁ ୨୩୭ ରନର ଟାର୍ଗେଟ ଦେଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ୱିଲ ୟଙ୍ଗ ଏବଂ କେନ ୱିଲିୟମସନଙ୍କ ଉଇକେଟ ହରାଇଥିଲା। ଡେଭନ କନୱେ ମଧ୍ୟ ୩୦ ରନ କରି ଆଉଟ ହୋଇଥିଲେ। ରବିନ୍ଦ୍ର ୧୦୫ ବଲରେ ୧୧୨ ରନର ଇନିଂସରେ ୧୨ ଚୌକା ଏବଂ ଗୋଟିଏ ଛକା ମାରିଲେ। ରବିନ୍ଦ୍ର ଟମ ଲାଥାମଙ୍କ ସହ ୧୨୯ ରନର ପାର୍ଟନରସିପ ମଧ୍ୟ କରିଥିଲେ।
ରାଚିନ ରବିନ୍ଦ୍ର ସେ ୫ ଅକ୍ଟୋବର ୨୦୨୩ରେ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ତାଙ୍କର ଦିନିକିଆ ବିଶ୍ୱକପ ଡେବ୍ୟୁ କରିଥିଲେ। ସେହି ମ୍ୟାଚ୍‌ରେ ସେ ଅପରାଜିତ ୧୨୩ ରନ କରି ନ୍ୟୁଜିଲାଣ୍ଡକୁ ୯ ଉଇକେଟ୍‌ରେ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri