ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ ଗତ ୩୦ ମେ ୨୦୨୬ ଠାରୁ ଆରମ୍ଭ ହୋଇଥିଲା। ଏହି ଏସ୍‌ଆଇଆର୍‌ କାର୍ଯ୍ୟକ୍ରମରେ ଜନ ଭାଗିଦାରୀ ବୃଦ୍ଧି କରିବା ପାଇଁ ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ପାଲା, ଘୋଡ଼ାନାଚ ଓ ପ୍ରଚାର ଗାଡ଼ି ମାଧ୍ୟମରେ ବିପୁଳ ଜନ ସଚେତନତା ସୃଷ୍ଟି କରାଯାଇଥିଲା। ନିର୍ବାଚନମଣ୍ଡଳୀର ୨୪୯ ମତଦାନ କେନ୍ଦ୍ରର ମୋଟ ୨ ଲକ୍ଷ ୮ ହଜାର ୭୦୭ ଜଣ ମତଦାତାଙ୍କୁ ପରିଗଣନା ଫର୍ମ ବଣ୍ଟନ କରାଯାଇଥିଲାl ୨୦ ଜୁନ ୨୦୨୬ ସୁଦ୍ଧା ସମସ୍ତ ପରିଗଣନା ଫର୍ମ ସଂଗ୍ରହ କରାଯାଇ ବିଏଲ୍‌ଓ ଆପ୍‌ ମାଧ୍ୟମରେ ନିର୍ଦ୍ଧାରିତ ସମୟ ୨୮ ଜୁନ ୨୦୨୬ ପୂର୍ବରୁ ଶତ ପ୍ରତିଶତ ଡିଜିଟାଇଜେଶନ ହୋଇସାରିଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁସାରେ ସମସ୍ତ ପରିଗଣନା ଫର୍ମ ବଣ୍ଟନ, ସଂଗ୍ରହ ଓ ଡିଜିଟାଇଜେଶନ କରିବାରେ ସାରା ରାଜ୍ୟରେ ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ (୬୩) ପ୍ରଥମ ସ୍ଥାନ ଅଧିକାର କରିଛି। ଏହି ସଫଳତା ପାଇଁ ପଞ୍ଜୀକରଣ ଅଧିକାରୀ ତଥା ଉପଜିଲାପାଳ ଲୁହା ସମସ୍ତ ବିଏଲଓ, ସୁପରଭାଇଜର, ସହକାରୀ ନିର୍ବାଚକ ପଞ୍ଜୀକରଣ ଅଧିକାରୀ ଓ ସମସ୍ତ କର୍ମଚାରୀଙ୍କୁ କୃତଜ୍ଞତା ଜଣାଇଛନ୍ତି l

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?