Posted inରାଜ୍ୟ

ଅକ୍ଟୋବର ୯କୁ ଦିଆଯିବ ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି, ଏହି ତାରିଖ ସୁଦ୍ଧା ସରିବ ପ୍ରସ୍ତୁତି

ନୂଆଦିଲ୍ଲୀ,୩।୧୦: ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦ ହିତାଧିକାରୀଙ୍କୁ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ ପରେ ୨ୟ ପର୍ଯ୍ୟାୟରେ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଅର୍ଥ ରଣ ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ ସ୍ଥିତି ସମୀକ୍ଷାକରିଛନ୍ତି ।

ଗୁରୁବାର ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ଉନ୍ନୟନକମିଶନର ଗର୍ଗ, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭାଶର୍ମା, ବିଭାଗର ନିର୍ଦ୍ଦେଶିକା ମୋନିଷା ବାନାର୍ଜୀଙ୍କ ଉପସ୍ଥିତିରେ ୨ୟ ପର୍ଯ୍ୟାୟରେ ‘ସୁଭଦ୍ରା’ପ୍ରଥମ କିସ୍ତି ଅର୍ଥ ରାଶି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ କରାଯିବା ସଂପର୍କରେ ବୈଷୟିକ ଟିମ୍ ସହିତ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ,ରାଜ୍ୟ ସରକାରଙ୍କ ଧାର୍ଯ୍ୟ ଲକ୍ଷ୍ୟ ୧କୋଟି ହିତାଧିକାରୀଙ୍କ ମଧ୍ୟରୁ ପ୍ରଥମ କିସ୍ତି ପ୍ରଦାନ ପରେ ଅବଶିଷ୍ଟ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଆସନ୍ତା୨୦୨୫ମାର୍ଚ୍ଚ ୮ତାରିଖ ପୂର୍ବରୁ ମିଳିବା ନେଇ ଲକ୍ଷ୍ୟ ରହିଛି ।ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଆଗାମୀ ଅକ୍ଟୋବର୯ ରେ ପ୍ରଦାନ ପାଇଁ ଘୋଷଣା କରିଛନ୍ତି।

ଏହି ପରିପ୍ରେକ୍ଷୀରେ ୨ୟପର୍ଯ୍ୟାୟରେ ଯେତେ ଅଧିକ ସଂଖ୍ୟକ ସମ୍ଭବ ହିତାଧିକାରୀଙ୍କୁ ଅକ୍ଟୋବର ୯ତାରିଖରେ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରେରଣ କରାଯିବ, ସେଥି ପାଇଁ ପ୍ରକ୍ରିୟା ଜାରି ରହିଛି। ଅଦ୍ୟାବଧି ସୁଭଦ୍ରାରେ ପ୍ରାୟ ୯୮ ଲକ୍ଷ ଆବେଦନକାରୀ ପଞ୍ଜୀକରଣ କରିଛନ୍ତି । ଆବଶ୍ୟକ ବ୍ୟବସ୍ଥା ପାଇଁ ଅକ୍ଟୋବର ୬ ତାରିଖସୁଦ୍ଧା ପ୍ରସ୍ତୁତି ସାରିବାକୁ ସଂପୃକ୍ତ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି।

ଏଥିସହିତ ଯେଉଁ ହିତାଧିକାରୀମାନେ ପ୍ରଥମ ପର୍ଯ୍ୟାୟରେ ପ୍ରଥମ କିସ୍ତି ଅର୍ଥରାଶି ପାଇଛନ୍ତି, ସେମାନଙ୍କ ପାଇଁ ଏକମତାମତ ସଂଗ୍ରହ ପ୍ରକ୍ରିୟା( ଫିଡ୍ ବ୍ୟାକ୍ ମନିଟରିଂ) ବ୍ୟବସ୍ଥା କରାଯିବାକୁ ଉନ୍ନୟନ କମିଶନର ଗର୍ଗ ପରାମର୍ଶ ଦେଇଥିଲେ। ଏହି ପ୍ରକ୍ରିୟାରେ ପ୍ରଥମ କିସ୍ତି ଅର୍ଥରାଶି ପାଇଥିବା ହିତାଧିକାରୀ କେତେ ଉତ୍ସାହିତ ଅଛନ୍ତି, ଏହି ଆର୍ଥିକ ସହାୟତା ସେମାନଙ୍କ ଜୀବନରେ କିପରି ସହାୟକ ହୋଇଛି ଆଦି ସଂପର୍କରେ ମତାମତ ନିଆଯିବ ବୋଲି ବୈଠକରେ ଆଲୋଚନା କରାଯାଇଥିଲା। ତତ୍ ସହିତ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ‘ସୁଭଦ୍ରା’ ସଂପର୍କିତ ଜନ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?