ପ୍ରଥମ କାମାକ୍ଷାନଗର ମହୋତ୍ସବ ଆରମ୍ଭ

କାମାକ୍ଷାନଗର, ୯।୨(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ରହୁଥିବା ଲୋକେ ମନୋରଞ୍ଜନ ପାଇଁ ସୁଯୋଗ ଖୋଜୁଥାଆନ୍ତି। ପ୍ରଥମଥର ଆୟୋଜିତ କାମାକ୍ଷାନଗର ମହୋତ୍ସବ ଉପଖଣ୍ଡ ଅଞ୍ଚଳବାସୀଙ୍କ ଏହି ଆଶା ପୂରଣ କରିବ ବୋଲି କହିଛନ୍ତି ଖଣିମନ୍ତ୍ରୀ ତଥା କାର୍ଯ୍ୟକ୍ରମର ଉପଦେଷ୍ଟା ପ୍ରଫୁଲ୍ଲ ମଲ୍ଲିକ। ମହୋତ୍ସବ ଉପଲକ୍ଷେ ସାରଙ୍ଗଧର ଷ୍ଟାଡିୟମରେ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ସାଂସ୍କୃତିକ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେ ଏହା କହିଛନ୍ତି। ସମ୍ମାନିତ ଅତିଥି ଭାବେ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ଖ୍ୟାତନାମା ସାହିତି୍ୟକ ଅନ୍ତର୍ଯ୍ୟାମୀ ମିଶ୍ର, ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ବିଧାୟକ ସୁଧୀର କୁମାର ସାମଲ, ବିଧାୟିକା ସୀମାରାଣୀ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ। କାମାକ୍ଷାନଗର ହେଉଛି ସଂଗ୍ରାମୀଙ୍କ ମାଟି। ଗଡ଼ଜାତ ଆନ୍ଦୋଳନ ହେଉ କି ସ୍ବାଧୀନତା ସଂଗ୍ରାମ, ଏ ମାଟିର ବୀରପୁତ୍ର ଜୀବନକୁ ବାଜି ଲଗାଇବାକୁ ପଛେଇ ନାହାନ୍ତି ବୋଲି ପଣ୍ଡିତ ମିଶ୍ର ନିଜ ଅଭିଭାଷଣରେ କହିଥିଲେ। ସେହିପରି ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ମିଶ୍ର କହିଲେ, କେବଳ ସହରାଞ୍ଚଳରେ ମେଳା ମହୋତ୍ସବ ସୀମିତ ରହିବ ନାହିଁ। ଏଣିକି ଏହି ଧାରାରେ ଗ୍ରାମାଞ୍ଚଳକୁ ମଧ୍ୟ ସାମିଲ କରାଯିବ। ଏଭଳି କାର୍ଯ୍ୟକ୍ରମ ଆୟୋଜନ କରିବା ବାସ୍ତବିକ୍‌ ପ୍ରଶଂସନୀୟ ବୋଲି ଅତିଥିବୃନ୍ଦ ମତବ୍ୟକ୍ତ କରିଥିଲେ। ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

୫ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ମହୋତ୍ସବରେ କାମାକ୍ଷାନଗର ଉପଖଣ୍ଡ ଅଧୀନ ଭୁବନ ଏନ୍‌ଏସି ସମେତ ୪ ବ୍ଲକ ସାମିଲ ହୋଇଛନ୍ତି। ବୁଧବାର ପୂର୍ବାହ୍ନରେ ସମ୍ପୃକ୍ତ ବ୍ଲକରୁ ମଶାଲ ଶୋଭାଯାତ୍ରା ବାହାରି ସ୍ଥାନୀୟ ହନୁମାନ ମନ୍ଦିରଠାରେ ପହଞ୍ଚତ୍ଥିଲା। ସେଠାରୁ ଭବ୍ୟ ଶୋଭାଯାତ୍ରା, ନଗର ପରିକ୍ରମା କରି ସାରଙ୍ଗଧର ଷ୍ଟାଡିୟମରେ ପହଞ୍ଚତ୍ଥିଲା। ଖଣିମନ୍ତ୍ରୀ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଥିଲେ। ମହୋତ୍ସବ କମିଟି ସଭାପତି ତଥା ଉପଜିଲାପାଳ ଜ୍ୟୋତିଶଙ୍କର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲାପାଳ ସରୋଜ ସେଠୀ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ ଦରଓ୍ବାନ, ଅତିରିକ୍ତ ଉନ୍ନୟନ ଅଧିକାରୀ ସରୋଜ ଦତ୍ତ, କାମାକ୍ଷାନଗର ନଗରପାଳ ଧର୍ମାନନ୍ଦ ପରିଡା, ବ୍ଲକ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁ, ଭୁବନ ନଗରପାଳ ଶୁଭେନ୍ଦୁ ସାହୁ, ବ୍ଲକ ଅଧ୍ୟକ୍ଷା ସିପ୍ରା ବରାଳ, ବିଡିଓ ବିକାଶ କୁମାର ମହାନ୍ତି, ଡ. କଲ୍ୟାଣ ସୌରଭ ଦାସ, ସଂଗ୍ରାମ କେଶରୀ ଭୋଳଙ୍କ ସମେତ ସମସ୍ତ ବ୍ଲକର ବହୁ ନିର୍ବାଚିତ ଜନପ୍ରତିନିଧି, ଏସ୍‌ଏଚ୍‌ଜି ସଦସ୍ୟ ଉପସ୍ଥିତ ଥିଲେ। ମହୋତ୍ସବ ଉପଲକ୍ଷେ ଜାତୀୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ମିନି ପଲ୍ଲିଶ୍ରୀ ମେଳା, ଖାଦ୍ୟ ମେଳା ମଧ୍ୟ ଆୟୋଜିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri