ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି ବାଲେଶ୍ବର ସଦର ଥାନା ଅଞ୍ଚଳରୁ । ଯେଉଁଠି ତ୍ରିକୋଣ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। ପ୍ରେମିକାକୁ ନିଜର କରିବା ଏବଂ ବିବାଦର ମୀମାଂସା କରିବା ନାଁରେ ଆସି ଦ୍ୱିତୀୟ ପ୍ରେମିକର ପରିବାର ଉପରେ ମରଣାନ୍ତକ ଆକ୍ରମଣ କରିଛି ପ୍ରଥମ ପ୍ରେମିକ। ବିଚ୍‌ ରାସ୍ତାରେ ଧାରୁଆ କଟୁରୀରେ ଗୋଡ଼ାଇ ଗୋଡ଼ାଇ ହାଣିଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସଦର ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ପଛ ପାଖ ଅଞ୍ଚଳରେ । ଯୁବତୀଜଣକର ଦୁଇ ଜଣ ପ୍ରେମିକ ଥିଲେ। ପ୍ରଥମ ପ୍ରେମିକ ଜତିନ ପ୍ରଧାନ ଏବଂ ଦ୍ୱିତୀୟ ପ୍ରେମିକ ମଠସାହିର ତନବିର ଲେଙ୍କା। ପ୍ରଥମ ପ୍ରେମିକ ଜତିନ ବାରମ୍ବାର ବିଷ୍ଣୁପ୍ରିୟାଙ୍କୁ ଧମକଚମକ ଦେବା ସହ ହଇରାଣ ହରକତ କରୁଥିଲେ। ଏହାର ସମାଧାନ ପାଇଁ ସେ ବିଷ୍ଣୁପ୍ରିୟାଙ୍କୁ ଏକାକି ଡାକିଥିଲେ। ବିଷ୍ଣୁପ୍ରିୟା ଏକା ନଆସି, ନିଜ ସହ ଦ୍ୱିତୀୟ ପ୍ରେମିକ ତନବିରଙ୍କ ମାଆ ଏବଂ ମାମୁଁ ସୋନମ ନାୟକଙ୍କୁ ସାଙ୍ଗରେ ଆଣିଥିଲେ। ଏଥିରେ ଚିହିଁକି ଉଠିଥିଲା ଉତ୍ୟକ୍ତ ଜତିନ। ପୂର୍ବ ଯୋଜନା ମୁତାବକ ଜତିନ ନିଜ ସହ ତେଲେଙ୍ଗା କଟୁରୀ ଓ ଅନ୍ୟାନ୍ୟ ଧାରୁଆ ହତିଆର ଧରି ଆସିଥିଲା। କଥା କଟାକଟିରୁ ସୀମା ପାର୍‌ ହୋଇ ସେ ବିଚ ରାସ୍ତାରେ ତନବିରଙ୍କ ମାଆ ଓ ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ କ୍ରୁର ଭାବେ ହାଣି ପକାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଗୁରୁତର ୨ ଜଣଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷରେ, ପୀଡ଼ିତା ପକ୍ଷରୁ ଲିଖିତ ଅଭିଯୋଗ ପାଇବା ପରେ ସହଦେବଖୁଣ୍ଟା ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ପ୍ରଥମ ପ୍ରେମିକ ଜତିନ ପ୍ରଧାନକୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri