ଭାଜପା ସରକାରରେ ଆଇଏଏସ ସ୍ତରରେ ପ୍ରଥମ ବଡ଼ ଅଦଳବଦଳ

ଭୁବନେଶ୍ୱର, ୧୦।୭: ନୂଆ ସରକାର ଆସିବା ପରେ ରାଜ୍ୟରେ ପ୍ରଥମ ଥର ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ସରକାର। ବିଜେଡି ସରକାରରେ ଦୀର୍ଘ ଦିନ ପର୍ଯ୍ୟନ୍ତ ଗୋଟିଏ ପଦବୀରେ ଥିବା ଅନେକ ଅଧିକାରୀଙ୍କୁ ବଦଳି କରାଯାଇଛି। ବରିଷ୍ଠ ଅଧିକାରୀ ନିକୁଞ୍ଜ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ସହ ଇଡକୋ ଚେୟାରମ୍ୟାନ ନିଯୁକ୍ତ କରାଯାଇଛି। ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯାଇଛି।

ବିଜେଡି ସରକାରରେ କ୍ଷମତାଶାଳୀ ଅଧିକାରୀ ଜି ମାଥିଭାଥନନଙ୍କୁ ଗୋପବନ୍ଧୁ ଏକାଡେମିର ମହାନିର୍ଦ୍ଦେଶକ ବଦଳି କରାଯାଇ ଉଷା ପାଢ଼ୀଙ୍କୁ ଏହି ବିଭାଗ ଦାୟିତ୍ୱ ମିଳିଛି। ଶାଶ୍ୱତ ମିଶ୍ରଙ୍କୁ ଅର୍ଥ ଏବଂ ଶକ୍ତି ବିଭାଗ ଦାୟିତ୍ୱ ମିଳିଥିବା ବେଳେ ବିଶାଳ ଦେବଙ୍କୁ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଦାୟିତ୍ୱ ମିଳିଛି।

ସେହିଭଳି ଅନେକ ଦିନ ଧରି କ୍ରୀଡ଼ା ବିଭାଗ ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତ ଥିବା ଆର. ଭିନୀଲୀକ୍ରିଷ୍ଣାଙ୍କୁ ଭୂମି ଅଭିଲେଖ ଏବଂ ବନ୍ଦୋବସ୍ତ ବିଭାଗକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଭାସ୍କର ଜ୍ୟୋତି ଶର୍ମାଙ୍କୁ କ୍ରୀଡା ବିଭାଗ ଦାୟିତ୍ୱ ମିଳିଛି।

ଅର୍ଥାତ ଅନେକ ଦିନ ଧରି ବିଜେଡି ସରକାରରେ କ୍ଷମତାଶାଳୀ ବିଭାଗ ଦାୟିତ୍ୱରେ ଥିବା ଦୁଇ ଅଧିକାରୀ ଜି ମାଥିଭାଥନନ ଏବଂ ଆର. ଭିନୀଲୀକ୍ରିଷ୍ଣାଙ୍କୁ କମ୍ ଗୁରୁତ୍ୱ ଥିବା ବିଭାଗକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri