ପ୍ରଥମ ମ୍ୟାଲେରିଆ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ

ଜେନେଭା, ୭।୧୦: ମ୍ୟାଲେରିଆ ନିରାକରଣ ପାଇଁ ପ୍ରସ୍ତୁତ ପ୍ରଥମ ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ମ୍ୟାଲେରିଆ ବିରୋଧୀ ଲଢ଼େଇରେ ଏହା ଏକ ଐତିହାସିକ ସଫଳତା ବୋଲି ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନମ୍‌ ଘେବ୍ରେୟେସସ୍‌ କହିଛନ୍ତି। ଆଫ୍ରିକା ମହାଦେଶର ସମସ୍ତ ପିଲାଙ୍କୁ ବିଶ୍ୱର ଏହି ପ୍ରଥମ ମ୍ୟାଲେରିଆ ଟିକା ଦିଆଯିବା ଆବଶ୍ୟକ ବୋଲି ଡବ୍ଲ୍ୟୁଏଚ୍‌ଓ ସୁପାରିସ କରିଛି। ଉକ୍ତ ଟିକା ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବଞ୍ଚାଇବାରେ ସହାୟକ ହୋଇପାରିବ ବୋଲି ଆଶା କରାଯାଉଛି। ମ୍ୟାଲେରିଆରେ ପ୍ରତିବର୍ଷ ୪ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଥାନ୍ତି। ସେଥିରୁ ୨,୬୦,୦୦୦ ହେଉଛନ୍ତି ୫ ବର୍ଷରୁ କମ୍‌ ବୟସର ପିଲା। ମୁଖ୍ୟତଃ ଆଫ୍ରିକା ମହାଦେଶରେ ଏହି ରୋଗ ଦେଖାଦେଇଥାଏ। ଗ୍ଲାକ୍ସୋସ୍ମିଥ୍‌କ୍ଲିନ୍‌ କମ୍ପାନୀ ଦ୍ୱାରା ପ୍ରସ୍ତୁତ ଏହି ଟିକା ପିଲାଙ୍କଠାରେ ୫ଟି ମାରାତ୍ମକ ମ୍ୟାଲେରିଆ ସୃଷ୍ଟିକାରୀ ଭୂତାଣୁ ବିରୋଧରେ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବ। ଏହା କେବଳ ମ୍ୟାଲେରିଆ ପାଇଁ ନୁହେଁ ଯେକୌଣସି ପରଜୀବୀ ଜନିତ ରୋଗ ବିରୋଧରେ ପ୍ରଥମ ଭାକ୍ସିନ୍‌। ଘାନା, କେନିଆ ଏବଂ ମାଲାଓ୍ବିରେ ୨୦୧୯ରୁ ଏପର୍ଯ୍ୟନ୍ତ ୮ ଲକ୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ପରୀକ୍ଷାମୂଳକ ଭାବେ ଏହି ଟିକା ଦିଆଯାଇଥିଲା। କ୍ଲିନିକାଲ ପରୀକ୍ଷାରେ ଏହା ପ୍ରଥମ ବର୍ଷରେ ଗୁରୁତର ମ୍ୟାଲେରିଆ ବିରୋଧରେ ୫୦ ପ୍ରତିଶତ ଫଳପ୍ରଦ ସାବ୍ୟସ୍ତ ହୋଇଥିବାବେଳେ ଚତୁର୍ଥ ବର୍ଷକୁ ଟିକାର ପ୍ରତିରୋଧକ ଶକ୍ତି ଯଥେଷ୍ଟ ହ୍ରାସ ପାଉଥିବା ଦେଖାଯାଇଛି। ଏହା ମ୍ୟାଲେରିଆଜନିତ ମୃତ୍ୟୁ ରୋକିବାରେ କେତେଦୂର ଫଳପ୍ରଦ ହେବ ତାହାକୁ ନେଇ କେତେଜଣ ବିଶେଷଜ୍ଞ ପ୍ରଶ୍ନ ଉଠାଇଛନ୍ତି। ତେବେ ମ୍ୟାଲେରିଆ ମୃତ୍ୟୁର ପାଖାପାଖି ୫୦ ପ୍ରତିଶତ ଗୁରୁତର ମାମଲା ହୋଇଥିବାରୁ ମୃତ୍ୟୁହାର କମାଇବାରେ ଏହା ଫଳପ୍ରଦ ହେବ ବୋଲି ଡବ୍ଲ୍ୟୁଏଚ୍‌ଓ ମ୍ୟାଲେରିଆ ଟିକା କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିବା ଡ. ମେରି ହାମେଲ୍‌ କହିଛନ୍ତି। ଟିକାକରଣ କାର୍ଯ୍ୟକାରୀ ହେଲେ ପ୍ରତିବର୍ଷ ୫୪ ଲକ୍ଷଙ୍କୁ ସଂକ୍ରମଣରୁ ଏବଂ ୫ ବର୍ଷରୁ କମ୍‌ ୨୩,୦୦୦ ପିଲାଙ୍କୁ ମୃତ୍ୟୁମୁଖରୁ ରକ୍ଷା କରିପାରିବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?