Posted inଖେଳ

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଦିନିକିଆ: ଜାଣନ୍ତୁ କେବେ, କେଉଁଠି ଦେଖିବେ ଏହି ମ୍ୟାଚ୍‌… 

ନୂଆଦିଲ୍ଲୀ,୨୭।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଗୁରୁବାର ଖେଳାଯିବ। ଭାରତୀୟ ସମୟ ଅନୁଯାୟୀ ଏହି ମ୍ୟାଚ ସା୭ ଟାରୁ ଆରମ୍ଭ ହେବ। ବାରବାଡୋସର କେନ୍ସିଙ୍ଗଟନ ଓଭାଲରେ ଉଭୟ ଦଳ ମୁକାବିଲା କରିବେ। ଟେଷ୍ଟ ସିରିଜ ପରି ଦିନିକିଆ ସିରିଜରେ ଟିମ ଇଣ୍ଡିଆ ବିଜୟରୁ ଅଭିଯାନ ଆରମ୍ଭ କରିବାକୁ ଚାହୁଁଛି। ଏଥି ସହିତ ଆୟୋଜକ ଦଳ ମଧ୍ୟ ପ୍ରଥମ ମ୍ୟାଚ୍‌ରେ ବିଜୟ ଉପରେ ଲକ୍ଷ୍ୟ ରଖିଛି।
ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ର ରେକର୍ଡ ବିଷୟରେ ଆଲୋଚନା କଲେ, ଏପର୍ଯ୍ୟନ୍ତ ଦୁଇ ଦଳ ୧୩୯ ମ୍ୟାଚ ଖେଳିଛନ୍ତି। ଏଥିମଧ୍ୟରୁ ୱେଷ୍ଟଇଣ୍ଡିଜ ଦଳ ୬୩ ଟି ମ୍ୟାଚ୍‌ ଜିତିଥିବା ବେଳେ ଭାରତ ୭୦ ଟି ମ୍ୟାଚ୍‌ ଜିତିଛି। ଏଥି ସହିତ ୪ ଟି ମ୍ୟାଚ ଡ୍ର ହୋଇଥିବାବେଳେ ୪ ମ୍ୟାଚରେ କୌ ଣସି ଫଳାଫଳ ମିଳିପାରି ନାହିଁ।
ଲାଇଭ ପ୍ରସାରଣ ଏବଂ ଲାଇଭ ଷ୍ଟ୍ରିମିଂ କେଉଁଠି ଦେଖିବେ?
ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ ଡିଡି ସ୍ପୋର୍ଟସ ଚ୍ୟାନେଲରେ ପ୍ରସାରିତ ହେବ। ଏଥି ସହିତ, ଏହି ମ୍ୟାଚର ଅନ୍‌ଲାଇନ ଲାଇଭ ଷ୍ଟ୍ରିମିଂ ଜିଓ ସିନେମା ଆପ୍‌ ଏବଂ ଫାନ୍‌କୋଡ ଆପ୍‌ରେ କରାଯିବ।
ଭାରତର ସମ୍ଭାବ୍ୟ ଏକାଦଶ – ରୋହିତ ଶର୍ମା (କ୍ୟାପଟେନ୍‌), ଶୁବମାନ ଗିଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ସଞ୍ଜୁ ସାମସନ (ୱିକେଟ କିପର), ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, ମହମ୍ମଦ ସିରାଜ, କୁଲଦୀପ ଯାଦବ ଏବଂ ଉମରାନ ମଲିକ।
ସମ୍ଭାବ୍ୟ ୱେଷ୍ଟଇଣ୍ଡିଜ ଏକାଦଶ- ବ୍ରାଣ୍ଡାନ କିଙ୍ଗ, କାଇଲ ମାୟର୍ସ, କେସି କାର୍ଟି, ଶାଇ  ହୋପ (ଅଧିନାୟକ  ତଥା ଉଇକେଟ କିପର), ଶିମ୍‌ରନ ହେଟମିୟର, ରୋଭମାନ ପାୱେଲ, ରୋମାରିଓ ଶେଖର, ଓଶାନ ଥୋମାସ, ଅଲଜାରି ଜୋସେଫ, କେଭିନ ସିଙ୍କଲେୟାର ଏବଂ ୟାନିକ କାରିଆ

Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?