ଆତଙ୍କବାଦୀଙ୍କ ଲିଷ୍ଟରେ ପ୍ରଥମ: ଶ୍ରୀମନ୍ଦିର ସବୁ ଫଟୋ ଏବେ ପାକ୍‌ ହାତରେ, କହୁକହୁ କହିଦେଲେ…

ପୁରୀ,୨୩।୫: ପାକ୍‌- ସ୍ପାଏ ଜ୍ୟୋତି ମାଲହୋତ୍ରା ପୁରୀ ଶ୍ରୀମନ୍ଦିର ଆସିଥିବା ଖବର ପ୍ରକାଶ ପାଇବା ପରେ ଏବେ  ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। କୁହାଯାଉଛି ଜୋତି ଏବଂ ତାଙ୍କ ବାନ୍ଧବୀ ପ୍ରିୟଙ୍କା ପୁରୀ ବୁଲିବା ସହ ଅନେକ ଫଟୋ ଉଠାଇଥିଲେ। ଯାହା ଏବେ ପାକିସ୍ତାନ ହାତରେ ଲାଗିଛି। କାରଣ ଉଭୟ ପାକିସ୍ତାସ ଯାଇଛନ୍ତ, ଏବଂ ଜ୍ୟୋତିଙ୍କ ପାକ୍‌ ଲିଙ୍କ ମଧ୍ୟ ରହିଛି।
ଅନ୍ୟପକ୍ଷେ, ବରିଷ୍ଠ ସେବାୟତ ହଜୁରୀ କୃଷ୍ଣଚନ୍ଦ୍ର ଖୁଣ୍ଟିଆ କହିଛନ୍ତି, ଆମେ ସବୁବେଳେ କହିଛୁ ଶ୍ରୀମନ୍ଦିରରେ ମୋବାଇଲ ପ୍ରବେଶ ନହେଉ। ଶ୍ରୀମନ୍ଦିର ଉପରେ ଡ୍ରୋନ ନଉଡ଼ୁ। ଗତ ସରକାର କିଛି କଲେନି। ଏବେ ଶ୍ରୀମନ୍ଦିର ଆତଙ୍କବାଦୀଙ୍କ ଲିଷ୍ଟରେ ପ୍ରଥମ। ମହାପ୍ରଭୁଙ୍ଗ ଶ୍ରୀଅଙ୍ଗ ସୁରକ୍ଷିତ ରହୁ, ଶ୍ରୀମନ୍ଦିର ସୁରକ୍ଷିତ ରହୁ॥ ଯିଏ ଏମିତି କାମ କରିଛି ତାକୁ ଫାଶୀ ଦିଆଯାଉ, ଯେପରି ଅନ୍ୟଯଣେ ସେମିତି କାମ କରିବାକୁ ପଛାଇବ।
ଅନ୍ୟପକ୍ଷେ,ରାଜ୍ୟ ସରକାର ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପାଇଁ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକ୍ନୋଲୋଜି। ଏନେଇ ବିଚାର ଚାଲିଥିବା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।
ମନ୍ତ୍ରୀ କହିଛନ୍ତି, ଆଣ୍ଟିଡ୍ରୋନ ଟେକ୍ନୋଲୋଜି ସମ୍ପର୍କରେ ପୋଲିସ ବିଭାଗ ସହ ଆଲୋଚନା କରାଯାଇଛି। ଏହି ଟେକ୍ନୋଲୋଜି ମାଧ୍ୟମରେ ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ିବା ପରେ ଏହାକୁ ଖସାଇ ଦିଆଯାଇ ପାରିବ। ଆବଶ୍ୟକ ପଡ଼ିଲେ ମନ୍ଦିର ପ୍ରଶାସନ ଅର୍ଥ ଦେବ ବୋଲି ମନ୍ତ୍ରୀ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri