ଖଜୁରୀପଡ଼ା,୨୮ା୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକରେ ୩୨୩୩ ହେକ୍ଟର ଚାଷ ଜମିକୁ ପାଣି ଯୋଗାଇବା ପାଇଁ ପିଲାସାଲୁଙ୍କି ଜଳ ଭଣ୍ଡାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ନିର୍ମାଣ କରାଯାଇଛି। ଲେଫ୍ଟ କେନାଲ ୨୦.୦୫ କିମି ପର୍ଯ୍ୟନ୍ତ ଲମ୍ବା ଥିବା ବେଳେ ରାଇଟ କେନାଲ ୧୫.୭୫ କିମି ପର୍ଯ୍ୟନ୍ତ ଲମ୍ବା ରହିଛି। ଏହି ଦୁଇଟି ପ୍ରମୁଖ କେନାଲ ମାଧ୍ୟମରେ ଚାଷୀର ଚାଷ ଜମିକୁ ପାଣି ଯୋଗାଇ ଦିଆଯାଏ। ଯାହା ଦ୍ୱାରା ରବି ଏବଂ ଖରିଫ ଋତୁରେ ଫସଲ ଉତ୍ପାଦନ ହୁଏ। କିନ୍ତୁ ଆଜକୁ ୧୪ ବର୍ଷ ବିତିଗଲାଣି ପିଲା ସାଲୁଙ୍କି ଡ୍ୟାମର ପାଦ ଦେଶରେ ଥିବା ରାଇଟ କେନାଲର ପ୍ରଥମ ଆଉଟଲେଟ ଭାଙ୍ଗି ଯାଇଛି, ଯାହା ମରାମତି କରିବାର ନାଁ ଧରୁ ନାହିଁ ଜଳ ସେଚନ ବିଭାଗ। ଫଳରେ ଚାଷୀମାନେ ଚାଷ ଜମିକୁ ପାଣି ନେବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାକୁ ନେଇ ଦୀର୍ଘ ୧୪ ବର୍ଷ ଧରି ବିଭାଗୀୟ ସହକାରୀ ଯନ୍ତ୍ରୀ, ଏସଡିଓ ଏବଂ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ଚାଷୀମାନେ ଅଭିଯୋଗ ଜଣାଇଥିଲେ ସୁଦ୍ଧା ଫଳ ଶୂନ। ଏହି ସମସ୍ୟାର ସମାଧାନ କାହିଁକି କରାଯାଉ ନାହିଁ ବୋଲି ଚାଷୀ ମାନେ ପ୍ରଶ୍ନ କରିଛନ୍ତି? ବର୍ଷ ବର୍ଷ ଧରି ଆଉଟ୍ ଲେଟ ମରାମତି ନ ହେଉଥିବା ଯୋଗୁଁ ଶେଷରେ ଚାଷୀମାନେ ଚାନ୍ଦା କରି ପାଇପ କିଣି କଷ୍ଟେ ମଷ୍ଟେ ଚାଷ ଜମିକୁ ପାଣି ନେଉଛନ୍ତି ବୋଲି କହିଛନ୍ତି ଚାଷୀ ଶୁକେ ମହାନନ୍ଦ, ଭାବିନ୍ଦ୍ର ନାୟକ, ଚୈତନ୍ୟ କହଁର। ଦାୟିତ୍ୱରେ ଥିବା ବାବୁମାନଙ୍କ ଅଣଦେଖା ଏବଂ ଖାମ ଖିଆଲ ନୀତି ଯୋଗୁଁ ଚାଷୀମାନେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ତେଣୁ ସରକାର ଏଥିପ୍ରତି ଦୃଷ୍ଟି ଦେଇ ପିଲାସାଲୁଙ୍କି ଡ୍ୟାମର ରାଇଟ କେନାଲର ପ୍ରଥମ ଆଉଟ୍ ଲେଟ ନିର୍ମାଣ କରିବା ପାଇଁ ଚାଷୀକୁଳ ସରକାର ଠାରେ ଦାବି କରିଛନ୍ତି। ଆମ୍ଭେ ଏ ନେଇ ବିଭାଗୀୟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ହିତେଶ କୁମାର ସାହୁଙ୍କ ପ୍ରତିକ୍ରିୟା ନେବାରୁ ସେ କହିଛନ୍ତି ଯେ ଆମେ ଯାଇ ତାକୁ ଦେଖିବୁ ଏବଂ ସମସ୍ୟାର ସମାଧାନ କରିବୁ ବୋଲି କହିଛନ୍ତି।
୧୪ ବର୍ଷ ହେଲା ପ୍ରଥମ ଆଉଟଲେଟ୍ ଭାଙ୍ଗିଛି: ପିଲାସାଲୁଙ୍କି କେନାଲର ମରାମତି ପାଇଁ ବିଭାଗର ନଜର ନାହିଁ
Posted inHome, Home Left, ଆମ ଜିଲା ଖବର, କନ୍ଧମାଳ View All
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ଆର୍ସିବିକୁ ବଡ଼ ଝଟ୍କା, ଏହି କାରଣରୁ ଖେଳିବେ ନାହିଁ…
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
Archives


