ରବି ଋତୁ ପାଇଁ ପ୍ରଥମ ଧାନ ସଂଗ୍ରହ :୨୫୦ କୁଇଣ୍ଟାଲ…

ନୂଆପଡ଼ା,୨୧ା୫ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରବି ଋତୁ ପାଇଁ ସାରାବଙ୍ଗ ମଣ୍ଡିରୁ ମଙ୍ଗଳବାର ପ୍ରଥମ ଧାନ ସଂଗ୍ରହ ଆରମ୍ଭ ହୋଇଛି ା ଜିଲାପାଳ ମଧୁସୂଦନ ଦାଶ ମଣ୍ଡିର ଶୁଭ ଉଦ୍‌ଘାଟନ କରିଛନ୍ତି। ପ୍ରଥମ ଦିନରେ ୩ ଚାଷୀଙ୍କଠାରୁ ୨୫୦ କୁଇଣ୍ଟାଲ ୮୮ କିଲୋଗ୍ରାମ ଧାନ ମିଲର୍ସ ଉଠାଣ କରିଛନ୍ତି ା ଏହି ଅବସରରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଡିଆର୍‌ସିଏସ୍‌ ଶିବ ପ୍ରସାଦ ସ୍ବାଇଁ, ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ ରାଉତରାୟ, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଉପାଧ୍ୟକ୍ଷ ଦିଲିପ ନିର୍ମଲକର, ମିଶନ ଶକ୍ତି ପରିଚାଳକ ସୁନୀଲ କୁମାର ମଲ୍ଲିକ, ସ୍ଥାନୀୟ ସରପଞ୍ଚ ରଥବାଇ ପଟେଲ,ସମିତି ସଭ୍ୟା ଜାଗୃତି ସାହୁ, ପ୍ରମୁଖ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ, ଜିଲାରେ ରବି ଋତୁରେ ୩ ଲକ୍ଷ ୮୯ ହଜାର କୁଇଣ୍ଟାଲ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ୪୧ ପ୍ରାଥମିକ କୃଷି ସମବାୟ ସମିତି ଓ ୬ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ୨୪ ମିଲର୍ସ ଦ୍ୱାରା ଧାନ କ୍ରୟ କରାଯିବ। ମଣ୍ଡି ଆରମ୍ଭର ପ୍ରଥମ ଦିନରେ ସାରାବଙ୍ଗର ୩ ଚାଷୀ ପିଅନ ରାଉତ ୧୩୦ କୁଇଣ୍ଟାଲ, ଗାୟତ୍ରୀ ରେଡ୍ଡୀଙ୍କ ୫୯ କୁଇଣ୍ଟାଲ ୨୮ କିଲୋଗ୍ରାମ ଓ ପୁନିଚନ ରାଉତଙ୍କ ୬୧ କୁଇଣ୍ଟାଲ ୬୦ କିଲୋଗ୍ରାମ ଧାନ ସଂଗ୍ରହ କରାଯାଇଥିଲା। କୁଇଣ୍ଟାଲ ପ୍ରତି ସହାୟକ ମୂଲ୍ୟ ୨୩ ଶହ ଟଙ୍କା ଥିବାବେଳେ ୮ ଶହ ଟଙ୍କା ରାଜ୍ୟ ସରକାରଙ୍କ ଦ୍ୱାରା ବୋନସ ପ୍ରଦାନ କରାଯିବ। ଚାଷୀମାନଙ୍କୁ ସଚେତନ କରିବା ପାଇଁ ଜିଲାର ୫ ବ୍ଲକରେ ୫ ପ୍ରଚାର ରଥ ବୁଲୁଛି। ଜିଲାରେ ରବି ଧାନ ସଂଗ୍ରହ କିଭଳି ସୁରୁଖୁରୁରେ ହୋଇପାରିବ ସେ ଉପରେ ଜିଲାପାଳ ଗୁରୁତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri