Posted inଜାତୀୟ

ବେକାର ଗଲା ପ୍ରଥମ ପର୍ଯ୍ୟାୟ

ନୂଆଦିଲ୍ଲୀ,୧୪।୨: ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭରୁ ବିରୋଧୀ ଦଳଗୁଡ଼ିକ ଆଦାନୀ ପ୍ରସଙ୍ଗ ଉଠାଇ ଉଭୟ ଗୃହକୁ କ୍ରମାଗତ ଭାବେ ଅଚଳ କରି ରଖିଥିଲେ। ଫଳରେ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଏକପ୍ରକାର ବେକାର ଯାଇଛି। ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିପୋର୍ଟରେ ଭାରତର ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ଗ୍ରୁପ୍‌ କମ୍ପାନୀ ଆର୍ଥତ୍କ ଅନିୟମିତତା କରିଥିବା ଅଭିଯୋଗ ଆଣିବା ପରେ ଏହା ପାର୍ଲାମେଣ୍ଟ ଅଧିବେଶନକୁ ସରଗରମ କରି ରଖିଥିଲା। ହିଣ୍ଡେନ୍‌ବର୍ଗ ରିପୋର୍ଟ ପରେ ଆଦାନୀ ଗ୍ରୁପ୍‌ର ଶେୟାର ମୂଲ୍ୟ ଯଥେଷ୍ଟ ହ୍ରାସ ପାଇବା ସହ ଏଥିରେ ନିବେଶ କରିଥିବା ସଂସ୍ଥାଗୁଡ଼ିକ କ୍ଷତିଗ୍ରସ୍ତ ହୋଇଥିଲେ। ଆଦାନୀ ଗ୍ରୁପ୍‌ ଷ୍ଟକ୍‌ ବଜାର ମୂଲ୍ୟ ୧୧୮ ବିଲିୟନ ଡଲାର ହ୍ରାସ ପାଇଥିଲା। ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ଏଲ୍‌ଆଇସି ଆଦାନୀ ଗ୍ରୁପ୍‌ରେ ପୁଞ୍ଜି ଲଗାଇଥିଲେ। ଏହି ଗ୍ରୁପ୍‌ର ଶେୟାର ମୂଲ୍ୟ ହ୍ରାସ ଯୋଗୁ ଜମାକାରୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି। ହିଣ୍ଡେନବର୍ଗ ରିପୋର୍ଟର ଜେପିସି ତଦନ୍ତ ଦାବିରେ କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ହଟ୍ଟଗୋଳ ଜାରି ରଖିବାରୁ ଅଧିକାଂଶ ସମୟ ଗୃହ ଅଚଳ ରହିଥିଲା। ଦେଶରେ ଆଦାନୀ ସରକାର ଚାଲିଛି ବୋଲି ବିରୋଧୀ ଦଳ ଅଭିଯୋଗ କରିଥିଲା। ଏହି ପ୍ରସଙ୍ଗରେ କଂଗ୍ରେସ ଦେଶବ୍ୟାପୀ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲା। ଜେପିସି ତଦନ୍ତ ଦାବିରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ବାରମ୍ବାର ଗୃହ ମୁଲତବୀ ରହିବା ସତ୍ତେ ସରକାର କୌଣସି ଜବାବ ରଖି ନ ଥିଲେ। ଏପରିକି ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ ଦିନ ସୋମବାର ମଧ୍ୟ ରାଜ୍ୟ ସଭାରେ ବିରୋଧୀ ସଦସ୍ୟମାନେ ଜେପିସି ତଦନ୍ତ ଏବଂ କଂଗ୍ରେସ ଏମ୍‌ପି ରଜନୀ ପାଟିଲଙ୍କ ଉପରେ ନିଲମ୍ବନ ଉଠାଇବାକୁ ଦାବି କରି ସ୍ଲୋଗାନ ଦେଇଥିଲେ। ଫଳରେ ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କର ପ୍ରଶ୍ନୋତ୍ତର କାଳ ଆରମ୍ଭ ହେବାର କିଛି ସମୟ ପରେ ଗୃହକୁ ମାର୍ଚ୍ଚ ୧୩ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।
ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ସୋମବାର ଶେଷ ହେବା ସହ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାକୁ ମାସେ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି। ମାର୍ଚ୍ଚ ୧୩ରୁ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜାନୁୟାରୀ ୩୧ରେ ଆରମ୍ଭ ହୋଇଥିଲା ଓ ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିଥିଲେ। ଫେବୃୟାରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୩-୨୪ ଆର୍ଥତ୍କ ବର୍ଷର ବଜେଟ ଉପସ୍ଥାପନ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଉତ୍ତର ରଖିଥିଲେ। ଧନ୍ୟବାଦ ପ୍ରସ୍ତାବ ଗୃହୀତ ହୋଇଥିବାବେଳେ ସାଧାରଣ ବଜେଟ ଉପରେ ମଧ୍ୟ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?