ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ପରିଗଣନାକାରୀ ଏବଂ ସୁପରଭାଇଜରଙ୍କ ପ୍ରଶିକ୍ଷଣ ଶିବିର ଉଦଘାଟନ କାର୍ଯ୍ୟକ୍ରମରେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ ସଂଯୋଜନା କରିଥିଲେ। ଗଞ୍ଜାମ ଜିଲା ଜନଗଣନା ଦାୟିତ୍ୱରେ ଥିବା  ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ଆଚାର୍ଯ୍ୟ, ଜିଲା ଜନଗଣନା ଅଧିକାରୀ ଡ଼. ଶିକିତା ଗୈାଡ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ଦିଗପହଣ୍ଡି ସହରାଞ୍ଚଳକୁ ବାଦ ଦେଇ ବ୍ଲକ ଅଧିନ ଗ୍ରାମାଞ୍ଚଳମାନଙ୍କରେ ଚିହ୍ନଟ କରାଯାଇଥିବା ୩୬୧ଟି ଗୃହ ଗଣନା ବ୍ଲକ ସମ୍ପର୍କରେ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରାଯାଇଛି । ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟରେ ଆସନ୍ତା ଅପ୍ରେଲ ୧ ରୁ ୧୫ ଯାଏଁ ନିଜସ୍ଵ ଗଣନା ଆରମ୍ଭ ହେବାକୁ ଯାଉଥିବା ବେଳେ ଅପ୍ରେଲ ୧୬ ରୁ ମେ ୧୫ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ଗୃହ ତାଲିକା ଏବଂ ଗୃହ ଗଣନା ନିମନ୍ତେ ପ୍ରଶିକ୍ଷଣ ଶିବିରରେ ଆଲୋଚନା କରାଯାଇଥିଲା । ଏହି ଗୃହ ତାଲିକା ଏବଂ ଗୃହ ଗଣନା ନିମନ୍ତେ ୨୮୭ ଜଣ ପରିଗଣନାକାରୀ ଏବଂ ୫୨ ଜଣ ସୁପରଭାଇଜରଙ୍କୁ ନିୟୋଜିତ କରାଯାଇଛି।

ସମୁଦାୟ ୩୩୯ ଜଣଙ୍କୁ ୭ ଟି ଟିମରେ ବିଭକ୍ତ କରାଯାଇ ପ୍ରତ୍ୟେକ ଟିମରେ  ୫୦ ଜଣଙ୍କୁ ରଖାଯାଇଥିବା ଜଣାପଡିଛି । ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ, ବ୍ଲକ ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ, ରସାନନ୍ଦ ଘଡ଼େଇ, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ମୃତ୍ୟୁଞ୍ଜୟ ଦାସ ପ୍ରମୁଖ ୬ ଜଣ କ୍ଷେତ୍ର ପ୍ରଶିକ୍ଷକ ଭାବେ ନିୟୋଜିତ ରହି ଶିବିରରେ ତାଲିମ ପ୍ରଦାନ କରିଥିଲେ । ଏହି ତାଲିମ ଶିବିର ଆସନ୍ତା  ୩୧ ଯାଏଁ ଚାଲୁ ରହିବ ଏବଂ ପ୍ରତ୍ୟେକ ଟିମ୍ ସଦସ୍ୟା ସଦସ୍ୟଙ୍କୁ ୩ ଦିନ ତାଲିମ ପ୍ରଦାନ କରାଯିବ ବୋଲି ଦିଗପହଣ୍ଡି ତହସିଲଦାର ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri