ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି।ଏହି କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ପରିଗଣନାକାରୀ ଏବଂ ସୁପରଭାଇଜରଙ୍କ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଦିଗପହଣ୍ଡି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସଂଯୋଜନା କରିଥିଲେ। ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା କାର୍ଯ୍ୟକ୍ରମ ଶୁଭାରମ୍ଭରେ ଉପସ୍ଥିତ ରହି ସମସ୍ତ ପରିଗଣନାକାରୀମାନଙ୍କୁ ଉତ୍ସାହିତ କରିବା ସହ ସଠିକ୍‌ ରୂପେ ଗଣନାକାର୍ଯ୍ୟ କରିବା ନିମନ୍ତେ ପରାମର୍ଶ ଦେଇଥିଲେ।କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ଆକାଉଣ୍ଟାଣ୍ଟ ମୃତ୍ୟୁଞ୍ଜୟ ଦାସ ତାଲିମ ପ୍ରଦାନ କରିଥିଲେ। ଏହି ଅବସରରେ ଦିଗପହଣ୍ଡି ସହରାଞ୍ଚଳର ସମୁଦାୟ ୧୧ଟି ୱାର୍ଡ ଅଧୀନ ବିଭିନ୍ନ ସାହି ବସ୍ତିରେ ଚିହ୍ନଟ କରାଯାଇଥିବା ସମୁଦାୟ ୨୩ଟି ଗୃହ ଗଣନା ବ୍ଲକରେ ବିଭକ୍ତ କରାଯାଇଛି। ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରାଯାଇଥିବା ନିର୍ବାହୀ ଅଧିକାରୀ ସୂଚନା ଦେଇଥିଲେ । ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟରେ ଆସନ୍ତା ଏପ୍ରିଲ ୧ରୁ ୧୫ ଯାଏ ଗଣନା ଆରମ୍ଭ ହେବାକୁ ଯାଉଥିବା ବେଳେ ଏପ୍ରିଲ ୧୬ ରୁ ମେ ୧୫ ପର୍ଯ୍ୟନ୍ତ ସହରାଞ୍ଚଳରେ ଗୃହ ତାଲିକା ଏବଂ ଗୃହ ଗଣନା ନିମନ୍ତେ କାର୍ଯ୍ୟକ୍ରମ ରହିଛି ବୋଲି ପ୍ରଶିକ୍ଷଣ ଶିବିରରେ ଆଲୋଚନା କରାଯାଇଥିଲା । ଏହି ଗୃହ ତାଲିକା ଏବଂ ଗୃହ ଗଣନା ନିମନ୍ତେ ୨୬ ଜଣ ପରିଗଣନାକାରୀ ଏବଂ ୫ ଜଣ ସୁପରଭାଇଜରଙ୍କୁ ନିୟୋଜିତ କରାଯାଇଛି। ଏହି ତାଲିମ ଶିବିର ଆସନ୍ତା ବୁଧବାର ଯାଏ ଚାଲୁ ରହିବ ଏବଂ ପ୍ରତ୍ୟେକ ଟିମ ସଦସ୍ୟା ସଦସ୍ୟଙ୍କୁ ୩ ଦିନ ତାଲିମ ପ୍ରଦାନ କରାଯିବ ବୋଲି ଜଣାପଡିଛି। ପରିଶେଷରେ କାର୍ଯ୍ୟନିର୍ବାହୀ ଅଧିକାରୀ ସହରର ସମସ୍ତ ଜନ ସଧାରଣଙ୍କୁ ଏହି ଜାତୀୟ କାର୍ଯ୍ୟରେ ସହଯୋଗ କରିବା ନିମନ୍ତେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?