Posted inଜାତୀୟ

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ଭୋଟରଙ୍କୁ ନିର୍ବାଚନ ଆୟୋଗର ଆବେଦନର ଭିଡିଓ ଅନୁଯାୟୀ, ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ଭାଗ ନେବାକୁ ଭୋଟରଙ୍କୁ ଅନୁରୋଧ କରିଛନ୍ତି। ଗଣତନ୍ତ୍ରରେ ଭୋଟ ଦେବାର ଗୁରୁତ୍ୱ ଉପରେ ରାଜୀବ କୁମାର କହିଛନ୍ତି ଯେ ନିର୍ବାଚନ ହେଉଛି ଦେଶର ଗଣତନ୍ତ୍ରର ସବୁଠାରୁ ସୁନ୍ଦର ଅଭିବ୍ୟକ୍ତି। ଭୋଟ ଅଭିଜ୍ଞତାକୁ ଶାନ୍ତିପୂର୍ଣ୍ଣ, ଆରାମଦାୟକ ଏବଂ ଉପଭୋଗ୍ୟ କରିବା ପାଇଁ ଭାରତର ନିର୍ବାଚନ ଆୟୋଗ (ECI) କଠିନ ପରିଶ୍ରମ କରିଛି।

ସାଧାରଣ ନିର୍ବାଚନ ୨୦୨୪ ର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଏପ୍ରିଲ ୧୯ରେ ୧୦୨ ଟି ସଂସଦୀୟ ନିର୍ବାଚନମଣ୍ଡଳୀ (ଜେନେରାଲ- ୭୩; ଏସଟି-୧୧; ଏସସି-୧୮) ଏବଂ ୨୧ ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳ ମଧ୍ୟରେ ୯୨ ଟି ବିଧାନସଭା ନିର୍ବାଚନ ପାଇଁ ଗୋଟ ଗ୍ରହଣ କରାଯିବ। ଅରୁଣାଚଳ ଏବଂ ସିକ୍କିମରେ ମଧ୍ୟ ଏକକାଳୀନ ରାଜ୍ୟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଏଥିରେ ସମସ୍ତ ପର୍ଯ୍ୟାୟ ତୁଳନାରେ ସଂସଦ ନିର୍ବାଚନମଣ୍ଡଳୀ ସଂଖ୍ୟା ସର୍ବାଧିକ। ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ସା ୬ଟାରେ ଶେଷ ହେବ। ନିର୍ବାଚନ ଆୟୋଗଙ୍କ ସୂଚନା ଅନୁଯାୟୀ, ୧୮ ଲକ୍ଷରୁ ଅଧିକ ମତଦାନ ଅଧିକାରୀ ପ୍ରଥମ ପର୍ଯ୍ୟାୟରେ ୧୬.୬୩ କୋଟିରୁ ଅଧିକ ଭୋଟରଙ୍କୁ ସ୍ବାଗତ କରିବେ। ଏଥିପାଇଁ ୧.୮୭ ଲକ୍ଷ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି। ଭୋଟରଙ୍କ ମଧ୍ୟରେ ୮.୪ କୋଟି ପୁରୁଷ ଅଛନ୍ତି, ୮.୨୩ କୋଟି ମହିଳା ଏବଂ ୧୧.୩୭୧ ତୃତୀୟ ଲିଙ୍ଗ ଭୋଟର ଅଛନ୍ତି। ପ୍ରଥମ ଥର ପାଇଁ ୩୫.୬୭ ଲକ୍ଷ ଭୋଟର ଭୋଟ ଦେବାକୁ ଯାଉଛନ୍ତି। ୨୦-୨୯ ବର୍ଷ ବୟସ ବର୍ଗରେ୩.୫୧ କୋଟି ଯୁବ ଭୋଟର ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?