Posted inଜାତୀୟ

ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ନୂଆଦିଲ୍ଲୀ,୧୨ା୨ପି.ଟି.): ସାଧାରଣ ବଜେଟ ଓ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ପରେ ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି। ଜାନୁୟାରୀ ୩୧ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହୋଇଥିଲା ଏବଂ ଫେବୃୟାରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୨-୨୩ ବର୍ଷ ଲାଗି ବଜେଟ ଉପସ୍ଥାପନ କରିଥିଲେ। ବଜେଟ ପ୍ରସ୍ତାବ ଉପରେ ଅଧ୍ୟୟନ ଲାଗି ତିନି ସପ୍ତାହ ବିରତି ପରେ ମାର୍ଚ୍ଚ ୧୪ରୁ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ ବୋଲି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା କହିଛନ୍ତି। ଏପ୍ରିଲ ୮ରେ ଶେଷ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ଅନୁଦାନ ଦାବି, ବିନିଯୋଗ ବିଧେୟକ, ଅର୍ଥ ବିଧେୟକ ସମେତ ଅନ୍ୟାନ୍ୟ ବିଲ୍‌ ଅଣାଯିବ। କୋଭିଡ୍‌-୧୯ ଚ୍ୟାଲେଞ୍ଜ ସତ୍ତ୍ୱେ ସଦସ୍ୟମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ, ଯେଉଁଥିପାଇଁ ଲୋକ ସଭା ୧୨୧ ପ୍ରତିଶତ ସଫଳ ହୋଇଥିବା ଓମ୍‌ ବିର୍ଲା କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ପାଇଁ ୧୨ ଘଣ୍ଟା ପରିବର୍ତ୍ତେ ୧୫ ଘଣ୍ଟା ୧୩ ମିନିଟ ସମୟ ଦିଆଯାଇଥିଲା। ଏଥରେ ୬୦ ସଦସ୍ୟ ଆଲୋଚନାରେ ଭାଗନେବା ସହ ଅନ୍ୟ ୬୦ ଜଣ ଲିଖିତ ବକ୍ତବ୍ୟ ଦାଖଲ କରିଥିଲେ। ତେବେ ପ୍ରଥମ ପର୍ଯ୍ୟାୟ ଅଧିବେଶନର ଶେଷ ଦିନରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତବ୍ୟକୁ ବିରୋଧ କରି କଂଗ୍ରେସ, ଟିଏମ୍‌ସି, ନ୍ୟାଶନାଲ କନ୍‌ଫରେନ୍ସ ଆଦି ଦଳ କକ୍ଷତ୍ୟାଗ କରିଥିଲେ। ସୂଚନାଯୋଗ୍ୟ, ଭାଜପା ୟୁପିରେ କ୍ଷମତାକୁ ନ ଆସିଲେ, ଏହା କଶ୍ମୀର, କେରଳ କିମ୍ବା ପଶ୍ଚିମବଙ୍ଗରେ ପରିଣତ ହୋଇପାରେ ବୋଲି ଯୋଗୀ ଏକ ସଭାରେ କହିଥିଲେ। ଏହାର ପ୍ରତିବାଦରେ କେରଳ କଂଗ୍ରେସର ସଦସ୍ୟମାନେ ମୁଲତବୀ ପ୍ରସ୍ତାବ ଆଣିଥିଲେ। ସେହିପରି ରାଜ୍ୟ ସଭାରେ ଧାର୍ଯ୍ୟ ସମୟଠାରୁ ଅଧଘଣ୍ଟା ଅଧିକ କାର୍ଯ୍ୟ ହୋଇଛି। ଅଧିବେଶନ ସମୟରେ ବାଧ୍ୟବାଧକତାରେ ମୁଲତବୀ ହୋଇ ନ ଥିବା ଉପାଧ୍ୟକ୍ଷ ହରିବଂଶ କହିଛନ୍ତି। ଉଚ୍ଚ ସଦନରେ ବିଶୃଙ୍ଖଳା ବିହୀନ କାର୍ଯ୍ୟଧାରା ପାଇଁ ହରିବଂଶ ଆନନ୍ଦ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?