ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ, ଜାଣନ୍ତୁ କେଉଁଠି ମତଦାନ…

ଭୁବନେଶ୍ୱର,୧୩।୫(ଅସମାପିକା ସାହୁ): ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେବ। ମୋଟ ୭,୩୦୩ ମତଦାନ କେନ୍ଦ୍ରରେ ୬୨,୮୭,୨୨୨ ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ସଂଖ୍ୟା ଅଧିକ ରହିଛି। ୩୧,୮୯,୦୬୦ଜଣ ମହିଳା ଭୋଟର ଥିବାବେଳେ ୩୦,୯୭,୫୨୭ଜଣ ପୁରୁଷ ଓ ୬୩୫ଜଣ ତୃତୀୟ ଲିଙ୍ଗୀ ମତଦାତା ରହିଛନ୍ତି। ତେବେ ୬୦ ପ୍ରତିଶତ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ କରାଯିବ। ଏହି ପରିପ୍ରେକ୍ଷୀରେ ପ୍ରତି ବୁଥ୍‌ରେ ମତଦାତାଙ୍କୁ ସ୍ବାଗତ କରିବା ପାଇଁ ନିର୍ବାଚନ କର୍ମଚାରୀମାନେ ପ୍ରସ୍ତୁତ ବୋଲି ରବିବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ୧୩ ତାରିଖରେ ମତଦାନ କରାଇବା ପାଇଁ ପୋଲିଂ ପାର୍ଟିଗୁଡ଼ିକ ପୋଲିଂ ଷ୍ଟେଶନକୁ ଯାଇସାରିଛନ୍ତି। ନୂଆପଡ଼ା ଜିଲାର ଦୁର୍ଗମ ଅଞ୍ଚଳରେ ଥିବା ୬ଟି ବୁଥ୍‌ ପାଇଁ ପୋଲିଂ ପାର୍ଟିଗୁଡ଼ିକୁ ଏୟାର ଡ୍ରପ୍‌ କରାଯାଇଛି। ଅନେକ ଅଞ୍ଚଳକୁ ବୋଟ୍‌ ମାଧ୍ୟମରେ ନଦୀ ପାରହୋଇ ପୋଲିଂ ପାର୍ଟିଗୁଡ଼ିକ ଯାତ୍ରା କରିଛନ୍ତି। ଏସବୁ ଐତିହାସିକ ମୁହୂର୍ତ୍ତ ନିର୍ବାଚନକୁ ଦେଶର ପ୍ରକୃତ ମହାନତମ ଗଣପର୍ବ ରୂପେ ପ୍ରତିଷ୍ଠିତ କରିବା ସହ ‘ମତଦାନର ପର୍ବ- ଆମ ଦେଶର ଗର୍ବ’ ବାର୍ତ୍ତାକୁ ସାର୍ଥକ କରୁଛି। ଏହି ୪ ସଂସଦୀୟ କ୍ଷେତ୍ରର ସମସ୍ତ ନାଗରିକଙ୍କୁ ମତଦାନ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ଧଳ ଅନୁରୋଧ କରିବା ସହ ନିଜ ନିଜର ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବାକୁ ଅପିଲ କରିଛନ୍ତି।

କେଉଁଠି ମତଦାନ

୪ ଲୋକ ସଭା ଆସନ

କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର

୨୮ ବିଧାନସଭା ଆସନ

ନୂଆପଡ଼ା, ଖଡିଆଳ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟାଙ୍ଗୀ, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା ଏବଂ ପାରଳାଖେମୁଣ୍ଡି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri