ପ୍ରଥମ ପର୍ଯ୍ୟାୟ ଟିକା ଖର୍ଚ୍ଚ କେନ୍ଦ୍ର ଦେବ

ନୂଆଦିଲ୍ଲୀ, ୧୨।୧(ପି.ଟି.): ଆସନ୍ତା ୧୬ ତାରିଖରୁ ଦେଶରେ କୋଭିଡ୍‌ ଟିକାକରଣ ଆରମ୍ଭ ହେବାକୁ ଯାଉଥିବାବେଳେ ପ୍ରଥମ ପର୍ଯ୍ୟାୟରେ ପାଖାପାଖି ୩ କୋଟି ସ୍ବାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କର୍ମଚାରୀମାନଙ୍କୁ ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟ ଟିକାଦାନ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା ବେଳେ ଘୋଷଣା କରିଛନ୍ତି। ଭାରତରେ ବିଶ୍ୱର ସର୍ବବୃହତ୍‌ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଥିଲାବେଳେ ଆଗାମୀ କିଛି ମାସ ମଧ୍ୟରେ ୩୦ କୋଟି ଲୋକଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ବର୍ତ୍ତମାନ ସୁଦ୍ଧା ୫୦ରୁ ଊର୍ଦ୍ଧ୍ୱ ଦେଶରେ ଟିକାକରଣ ଆରମ୍ଭ ହୋଇଥିଲେ ହେଁ ମାତ୍ର ୨.୫ କୋଟି ଏହି ଟିକା ନେଇଛନ୍ତି। ଅନ୍ୟ ଦେଶଗୁଡ଼ିକର ଟିକାଠାରୁ ଭାରତରେ ପ୍ରସ୍ତୁତ ଓ ବ୍ୟବହାରିକ ଅନୁମୋଦନ ପାଇଥିବା ଦୁଇଟି ଟିକା ଯଥେଷ୍ଟ ଶସ୍ତା। ଦେଶରେ କରୋନା ସ୍ଥିତି ଓ ଟିକାକରଣ ଆରମ୍ଭ ସମ୍ପର୍କରେ ଆଲୋଚନା ଲାଗି ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ ଡାକିଥିଲେ।
ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ପ୍ରସ୍ତୁତ କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ପ୍ରସ୍ତୁତ କୋଭାକ୍ସିନ୍‌ ଟିକା ଜରୁରୀ ବ୍ୟବହାର ଲାଗି ମଞ୍ଜୁରୀ ପାଇଥିବାବେଳେ ଅନ୍ୟ ୪ଟି ଟିକା ପରୀକ୍ଷା ପର୍ଯ୍ୟାୟରେ ରହିଛି। ଟିକାକରଣ ସହ କରୋନା ମହାମାରୀ ବିରୋଧରେ ଭାରତର ଲଢ଼େଇ ଏକ ନିର୍ଣ୍ଣାୟକ ପର୍ଯ୍ୟାୟରେ ପହଞ୍ଚତ୍ବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶବାସୀଙ୍କୁ ପ୍ରଭାବୀ ଟିକା ପ୍ରଦାନ ନେଇ ବୈଜ୍ଞାନିକମାନେ ସମସ୍ତ ସାବଧାନତା ଅବଲମ୍ବନ କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଆମ ପାଇଁ ଗର୍ବର ବିଷୟ ହେଲା, ଦୁଇଟିଯାକ କୋଭିଡ୍‌ ଟିକା ଭାରତରେ ପ୍ରସ୍ତୁତ ହୋଇଛି। ବିଦେଶୀ ଟିକା ଉପରେ ନିର୍ଭର କରିବାକୁ ହୋଇଥିଲେ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାନ୍ତା। ପ୍ରଥମ ପର୍ଯ୍ୟାୟ ଟିକା କେବଳ ସ୍ବାସ୍ଥ୍ୟ କର୍ମୀ ଓ ଆଗଧାଡ଼ିର କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ହୋଇଥିବାରୁ ଅନ୍ୟ କୌଣସି ବ୍ୟକ୍ତି ଏହାକୁ ପାଇବା ପାଇଁ ଆଗ୍ରହ ପ୍ରକାଶ କରିବା ଉଚିତ ନୁହେଁ, ଏପରିକି ଜନ ପ୍ରତିନିଧିମାନେ ମଧ୍ୟ ଏଥିରେ ସାମିଲ ନ ହେବାକୁ ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବେ ପ୍ରସ୍ତାବ ଦେଇଛନ୍ତି।

ଟିକା ପଠାଇଲା ସିରମ୍‌

ସିରମ୍‌ ଇନ୍‌ଷ୍ଟିଚ୍ୟୁଟରୁ ୧୧ ନିୟୁତ କୋଭିଶିଲ୍ଡ ଟିକା କିଣିବା ଲାଗି କେନ୍ଦ୍ର ସରକାର ସୋମବାର ଅର୍ଡର କରିବା ପରେ ଉକ୍ତ ସଂସ୍ଥା ଟିକା ପଠାଇବା ଆରମ୍ଭ କରିଛି। ପୁଣେସ୍ଥିତ ଉକ୍ତ କମ୍ପାନୀ ସୋମବାର ସନ୍ଧ୍ୟାରେ କେତେକ ରେଫ୍ରିଜରେଟର ଟ୍ରକ୍‌ରେ ଟିକା ପଠାଇଛି। ଏହାକୁ କଡ଼ା ସୁରକ୍ଷା ମଧ୍ୟରେ ବିମାନବନ୍ଦରକୁ ନିଆଯାଇଥିଲା। ସେଠାରୁ ଦେଶର ବିଭିନ୍ନ ସ୍ଥାନକୁ ଟିକା ପଠାଯିବା ଲାଗି ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରତି ଟିକା ଦାମ୍‌ ୨୦୦ ଟଙ୍କା ରହିଥିବାବେଳେ ଜିଏସ୍‌ଟି ସହ ଦାମ୍‌ ୨୧୦ ଟଙ୍କା ରଖାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଚ୍‌ଏଲ୍‌ଏଲ୍‌ ଲାଇଫ୍‌କେୟାର ଲିମିଟେଡ୍‌ ନାମକ ରାଷ୍ଟ୍ରାୟତ୍ତ ସଂସ୍ଥା ଏହି ସପ୍ଲାଏ ଅର୍ଡର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri