ପ୍ରଥମ ପର୍ଯ୍ୟାୟ ଟିକା ଖର୍ଚ୍ଚ କେନ୍ଦ୍ର ଦେବ

ନୂଆଦିଲ୍ଲୀ, ୧୨।୧(ପି.ଟି.): ଆସନ୍ତା ୧୬ ତାରିଖରୁ ଦେଶରେ କୋଭିଡ୍‌ ଟିକାକରଣ ଆରମ୍ଭ ହେବାକୁ ଯାଉଥିବାବେଳେ ପ୍ରଥମ ପର୍ଯ୍ୟାୟରେ ପାଖାପାଖି ୩ କୋଟି ସ୍ବାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କର୍ମଚାରୀମାନଙ୍କୁ ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟ ଟିକାଦାନ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା ବେଳେ ଘୋଷଣା କରିଛନ୍ତି। ଭାରତରେ ବିଶ୍ୱର ସର୍ବବୃହତ୍‌ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଥିଲାବେଳେ ଆଗାମୀ କିଛି ମାସ ମଧ୍ୟରେ ୩୦ କୋଟି ଲୋକଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ବର୍ତ୍ତମାନ ସୁଦ୍ଧା ୫୦ରୁ ଊର୍ଦ୍ଧ୍ୱ ଦେଶରେ ଟିକାକରଣ ଆରମ୍ଭ ହୋଇଥିଲେ ହେଁ ମାତ୍ର ୨.୫ କୋଟି ଏହି ଟିକା ନେଇଛନ୍ତି। ଅନ୍ୟ ଦେଶଗୁଡ଼ିକର ଟିକାଠାରୁ ଭାରତରେ ପ୍ରସ୍ତୁତ ଓ ବ୍ୟବହାରିକ ଅନୁମୋଦନ ପାଇଥିବା ଦୁଇଟି ଟିକା ଯଥେଷ୍ଟ ଶସ୍ତା। ଦେଶରେ କରୋନା ସ୍ଥିତି ଓ ଟିକାକରଣ ଆରମ୍ଭ ସମ୍ପର୍କରେ ଆଲୋଚନା ଲାଗି ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ ଡାକିଥିଲେ।
ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ପ୍ରସ୍ତୁତ କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ପ୍ରସ୍ତୁତ କୋଭାକ୍ସିନ୍‌ ଟିକା ଜରୁରୀ ବ୍ୟବହାର ଲାଗି ମଞ୍ଜୁରୀ ପାଇଥିବାବେଳେ ଅନ୍ୟ ୪ଟି ଟିକା ପରୀକ୍ଷା ପର୍ଯ୍ୟାୟରେ ରହିଛି। ଟିକାକରଣ ସହ କରୋନା ମହାମାରୀ ବିରୋଧରେ ଭାରତର ଲଢ଼େଇ ଏକ ନିର୍ଣ୍ଣାୟକ ପର୍ଯ୍ୟାୟରେ ପହଞ୍ଚତ୍ବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶବାସୀଙ୍କୁ ପ୍ରଭାବୀ ଟିକା ପ୍ରଦାନ ନେଇ ବୈଜ୍ଞାନିକମାନେ ସମସ୍ତ ସାବଧାନତା ଅବଲମ୍ବନ କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଆମ ପାଇଁ ଗର୍ବର ବିଷୟ ହେଲା, ଦୁଇଟିଯାକ କୋଭିଡ୍‌ ଟିକା ଭାରତରେ ପ୍ରସ୍ତୁତ ହୋଇଛି। ବିଦେଶୀ ଟିକା ଉପରେ ନିର୍ଭର କରିବାକୁ ହୋଇଥିଲେ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାନ୍ତା। ପ୍ରଥମ ପର୍ଯ୍ୟାୟ ଟିକା କେବଳ ସ୍ବାସ୍ଥ୍ୟ କର୍ମୀ ଓ ଆଗଧାଡ଼ିର କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ହୋଇଥିବାରୁ ଅନ୍ୟ କୌଣସି ବ୍ୟକ୍ତି ଏହାକୁ ପାଇବା ପାଇଁ ଆଗ୍ରହ ପ୍ରକାଶ କରିବା ଉଚିତ ନୁହେଁ, ଏପରିକି ଜନ ପ୍ରତିନିଧିମାନେ ମଧ୍ୟ ଏଥିରେ ସାମିଲ ନ ହେବାକୁ ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବେ ପ୍ରସ୍ତାବ ଦେଇଛନ୍ତି।

ଟିକା ପଠାଇଲା ସିରମ୍‌

ସିରମ୍‌ ଇନ୍‌ଷ୍ଟିଚ୍ୟୁଟରୁ ୧୧ ନିୟୁତ କୋଭିଶିଲ୍ଡ ଟିକା କିଣିବା ଲାଗି କେନ୍ଦ୍ର ସରକାର ସୋମବାର ଅର୍ଡର କରିବା ପରେ ଉକ୍ତ ସଂସ୍ଥା ଟିକା ପଠାଇବା ଆରମ୍ଭ କରିଛି। ପୁଣେସ୍ଥିତ ଉକ୍ତ କମ୍ପାନୀ ସୋମବାର ସନ୍ଧ୍ୟାରେ କେତେକ ରେଫ୍ରିଜରେଟର ଟ୍ରକ୍‌ରେ ଟିକା ପଠାଇଛି। ଏହାକୁ କଡ଼ା ସୁରକ୍ଷା ମଧ୍ୟରେ ବିମାନବନ୍ଦରକୁ ନିଆଯାଇଥିଲା। ସେଠାରୁ ଦେଶର ବିଭିନ୍ନ ସ୍ଥାନକୁ ଟିକା ପଠାଯିବା ଲାଗି ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରତି ଟିକା ଦାମ୍‌ ୨୦୦ ଟଙ୍କା ରହିଥିବାବେଳେ ଜିଏସ୍‌ଟି ସହ ଦାମ୍‌ ୨୧୦ ଟଙ୍କା ରଖାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଚ୍‌ଏଲ୍‌ଏଲ୍‌ ଲାଇଫ୍‌କେୟାର ଲିମିଟେଡ୍‌ ନାମକ ରାଷ୍ଟ୍ରାୟତ୍ତ ସଂସ୍ଥା ଏହି ସପ୍ଲାଏ ଅର୍ଡର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri