ସାମ୍ନାକୁ ଆସିଲା ବିରାଟ-ଅନୁଷ୍କାଙ୍କ ଝିଅର ପ୍ରଥମ ଫଟୋ

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବିରାଟ ସୋସିଆଲ ମିଡିଆରେ ଏକ ନୋଟ ଲେଖି ନିଜ ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ବିରୁଷ୍କାଙ୍କ ଘରକୁ ଖୁସି ଖବର ଆସିବା ପରେ ସାଥୀ ଖେଲାଳି ଏବଂ ପ୍ରଶଂସକଙ୍କ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିରାଟଙ୍କ ଭାଇ ବିକାଶ କୋହଲି ଝିଅର ଫଟୋ ପ୍ରଥମେ ସୋସିଆଲ ମିଡିଆରେ ଛାଡିଛନ୍ତି। ଅବଶ୍ୟ ଝିଅର ଦୁଇଟି ଗୋହ ଫଟୋ ସେ ଛାଡିଛନ୍ତି। ଫଟୋ ଶେୟାର କରି ବିକାଶଙ୍କ କହିଛନ୍ତି, ଘରକୁ ଆଞ୍ଜେଲ ଆସିବାରୁ ଖୁସି ଦ୍ୱିଗୁଣିତ ହୋଇଛି। ସେହିପରି କୋହଲିଙ୍କ ଭଉଣୀ ଭାଓ୍ବନା କୋହଲି ମଧ୍ୟ ଝିଅର ପାଦ ଫଟୋ ଶେୟାର କରି ପିଉସୀ ହୋଇଥିବାରୁ ନିଜକୁ ଗୌରବାନ୍ବିତ ମନେ କରିଛନ୍ତି। ଏହା ପୂର୍ବରୁ ବିରାଟ କୋହଲି ପିତା ହେବା ପରେ ଲେଖିଛନ୍ତି, ଆମ ଦୁହଁିଙ୍କୁ ଏହା ଶେୟାର କରି ବହୁତ ଖୁସି ହେଉଛି ଯେ,ଆଜି ଅପରାହ୍ନରେ ଆମର ଝିଅ ହୋଇଛି। ଆପଣମାନଙ୍କ ଭଲ ପାଇବା ଏବଂ ମଙ୍ଗଳକାମନା ପାଇଁ ହୃଦୟରୁ ଧନ୍ୟବାଦ। ଅନୁଷ୍କା ଏବଂ ଝିଅ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଏହା ସୌଭାଗ୍ୟ ଯେ, ଜୀବନରେ ଏହି ଅଧ୍ୟାୟକୁ ଅନୁଭବ କରିବାର ସୁଯୋଗ ମିଳିଲା। ଏହି ସମୟରେ କିଛି ଜିନିଷ ବ୍ୟକ୍ତିଗତ ରଖିବା ଆମ ପାଇଁ ଉଚିତ୍‌ ହେବ ବୋଲି କୋହଲି ନୋଟ୍‌ରେ କହିଛନ୍ତି। ସୂଚନାଯୋଗ୍ୟ କୋହଲି ଏବଂ ଅନୁଷ୍କା ୨୦୧୭ ଡିସେମ୍ବର ୧୧ରେ ଇଟାଲୀରେ ବିବାହ କରିଥିଲେ। ଗତ ଅଗଷ୍ଟରେ ଉଭୟ ମାତାପିତା ହେବା ନେଇ ସୋସିଆଲ ମିଡିଆରେ ଘୋଷଣା କରିଥିଲେ। ଅନୁଷ୍କାଙ୍କୁ ସମୟ ଦେବା ପାଇଁ ବିରାଟ କୋହଲି ଅଷ୍ଟ୍ରେଲିଆ ଗସ୍ତରୁ ଅଧାରୁ ପଳାଇ ଆସିଥିଲେ।

 

View this post on Instagram

 

A post shared by Vikas Kohli (@vk0681)


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri